୧.୪ଲକ୍ଷ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଏବଂ ୯ହଜାର ସ୍ୱତନ୍ତ୍ର ଶିକ୍ଷକ ଆଶାୟୀ ନ୍ୟାୟ ଅପେକ୍ଷାରେ

ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ୨୯ ଅଗଷ୍ଟ ୨୦୨୫ ତାରିଖରେ ଜାରିକରିଥିବା ଆଦେଶରେ ପୁନର୍ବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର କୋର୍ଟ ୯ସେପ୍ଟେମ୍ବର ୨୦୨୫ ଅପରାହ୍ନ ୨ଟାରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି ଏବଂ ସ୍ପଷ୍ଟ କରିଛନ୍ତି ଯେ ନିର୍ଦ୍ଦେଶ ପାଳନରେ ବିଳମ୍ବ କିମ୍ବା ଅନାଦର କଲେ ଗଭୀର ପରିଣାମ ହେବା ସହିତ ଅଦାଲତ ଅବମାନନା ପ୍ରକ୍ରିୟା ଆରମ୍ଭ କରାଯିବ। ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟରେ ଓଡିଶାର ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସ୍ରିଷ୍ଟି ଅଗ୍ନିହୋତ୍ରୀ ସୁପ୍ରିମକୋର୍ଟ ମାମଲା ପରିଚାଳନା କରିବା ସହ ଓଡିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ଶଙ୍କର ପ୍ରସାଦ ପାଣି ଉକ୍ତ ମାମଲାକୁ ତଦାରଖ କରୁଛନ୍ତି। ସୂଚନା ଥାଉ କି ଓଡିଶାରେ ପ୍ରାୟ ୬୪ହଜାର…

Read More

ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ସାଇକେଲ ରାଲି

ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉ ଥିବା ଜାତୀୟ କ୍ରୀଡ଼ା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା। ଏଥିରେ ଏନଏସି ହାଇସ୍କୁଲ ଏବଂ ବ୍ରଜେନ୍ଦ୍ର ହାଇସ୍କୁଲର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ। ପୁରୁଣା ସହରସ୍ଥିତ ଦକ୍ଷିଣକାଳୀ ମନ୍ଦିର ସମ୍ମୁଖରୁ ମହର୍ଷି ବିଦ୍ୟାମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ସାଇକେଲ ରାଲିକୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିବା ବେଳେ ଉଭୟ ଅତିଥି ସାଇକେଲ ଚଳାଇ ଏହି ରାଲିରେ ସାମିଲ ହୋଇଥିଲେ। ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ରାଲିରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନିଲ କୁମାର ଦାଶ, ଜିଲ୍ଲା…

Read More

ଜିଲ୍ଲା ଲେଖକ ପରିଷଦ ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ଲେଖକ ପରିଷଦର ଆଗାମୀ ବାର୍ଷିକ ଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ସିନ୍ଦୁରିଆ ବକ୍ସି ସଦନଠାରେ ଅନୁଷ୍ଠିତ ହୋଇଯାଇଛି। ପରିଷଦ ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ ଶେଖ ଅବଦୁଲ ଖାଲିକ ଗତବର୍ଷ ଅନୁଷ୍ଠିତ ବାର୍ଷିକ ଉତ୍ସବର ସବିଶେଷ ତଥ୍ୟ ଉପସ୍ଥାପନା କରିବା ସହିତ ଚଳିତ ବର୍ଷର ବ୍ୟୟ ଅଟକଳ ଏବଂ କାର୍ଯ୍ୟସୂଚୀ ସମ୍ପର୍କରେ ଆଲୋଚନା କରିଥିଲେ। ଚଳିତ ବର୍ଷ ବାର୍ଷିକ ଉତ୍ସବ ଡିସେମ୍ବର ୧୩ ଏବଂ ୧୪ ଦୁଇଦିନ ଧରି ଅନୁଷ୍ଠିତ ହେବ। ପ୍ରଥମ ଦିବସରେ ଲେଖକ ପରିଷଦ ସଦସ୍ୟ ମାନଙ୍କ ଦ୍ୱାରା ଏକ ନାଟକ ପରିବେଷଣ କରାଯିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ତେଣୁ ଏଥି ନିମନ୍ତେ ଏକ ନାଟକ ଓ କଳାକାର ଚୟନ କମିଟି ଗଠନ କରାଯାଇଥିବା ବେଳେ ପ୍ରଧାନୀ ବୃନ୍ଦାବନ…

Read More