ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିରଣଙ୍କ ନିର୍ଦେଶକ୍ରମେ ଜିଲ୍ଲା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣା ଓ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ଵବଧାନରେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୪୦,୮୫,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀମାନଙ୍କୁ ନିର୍ଦେଶ ଦିଆଯାଇଥିଲା। ସେହିପରି ୧୪୨ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୯ଟି ଫଇସଲା କରାଯାଇ ୧୪,୬୬,୧୦୦ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହଜନିତ ୧୫ଟି ମାମଲା, ଅନ୍ୟାନ୍ୟ ଫୌଜଦାରୀ ୧୯୨ଟି ମାମଲା ଫଇସଲା କରଯାଇଥିଲା ।…
Read More