ଅବସରପ୍ରାପ୍ତ ଶିକ୍ଷକ ସଂଘର ବାର୍ଷିକୋତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ):ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ପଞ୍ଚାୟତ ଅଧିନସ୍ଥ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଙ୍ଘର ଷଷ୍ଠ ବାର୍ଷିକୋତ୍ସବ ପ୍ରଫୁଲ୍ଲ ସାହୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଳା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଳା ଉପଖଣ୍ଡ ପୋଲିସ ଅଧିକାରୀ ଜ୍ୟୋତି ରଞ୍ଜନ ସାମନ୍ତରାୟ, ଷ୍ଟେଟ୍ ବ୍ୟାଙ୍କ ଶାଖା ପରିଚାଳକ ଦିପେଶ ପ୍ରସାଦ,ସରପଞ୍ଚ ସ୍ଵପ୍ନେଶ୍ୱରୀ ସେଠୀ, ସମିତି ସଭ୍ୟା ଗୋଲାପରାଣୀ ସେଠୀ, ଆଇନଜୀବୀ ପ୍ରମୋଦ କୁମାର ବିଶ୍ୱାଳ, ସମାଜ ସେବୀ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ନିଜର ବକ୍ତବ୍ୟ ମାଧ୍ୟମରେ ବଶିଷ୍ଠ ନାଗରିକ ମାନେ କିପରି ଅନ୍ୟ ଉପରେ ନିର୍ଭରଶୀଳ ନହୋଇ ନିଜର ଜୀବନ ବିତାଇବେ ତାହା ଉପରେ ବିଶେଷ ଗୁରୁତ୍ୱାରୋପ କରିବା ସହିତ…

Read More