ହିନ୍ଦୀ ଶିକ୍ଷକମାନଙ୍କ ନବୀକରଣ ପାଠ୍ୟକ୍ରମ ପ୍ରଶିକ୍ଷଣ ଆରମ୍ଭ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ଆଗ୍ରା ତରଫରୁ ଅଞ୍ଚଳିକ ଭୁବନେଶ୍ୱର କେନ୍ଦ୍ର ଦ୍ୱାରା ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ୬୩ଜଣ ହିନ୍ଦୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ  ହିନ୍ଦୀ ଶିକ୍ଷକ ନବୀକରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଶିକ୍ଷକମାନଙ୍କ ଜ୍ଞାନ, କୌଶଳ ଏବଂ ଶିକ୍ଷଣ ଦୃଷ୍ଟିକୋଣରୁ ନବୀକରଣର ଆବଶ୍ୟକତା ଗୁରୁତ୍ୱପୂର୍ଣ୍ଣ କାରଣ ଏହା ଶିକ୍ଷକମାନଙ୍କୁ ସମୟାନୁସାରେ ଆଧୁନିକ ଏବଂ ପ୍ରଭାବଶାଳୀ ଶିକ୍ଷଣ ଦିଗରେ ସଚେତନ କରିପାରିବ। ଏହି ପ୍ରଶିକ୍ଷଣ ଶିବିର ନଭେମ୍ବର ୧୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ମାସ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜିର ଉଦ୍ଘାଟନ ଉତ୍ସବରେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରିଣୀ ଗୀତାଞ୍ଜଳୀ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିବା ବେଳେ ପ୍ରଶିକ୍ଷକ ରୂପେ ଭୁବନେଶ୍ବର କେନ୍ଦ୍ରର ନିର୍ଦ୍ଦେଶକ ତଥା ଭାଷା ବିଜ୍ଞାନ ଓ ହିନ୍ଦୀ ଭାଷା…

Read More

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା  ତରଫରୁ ନୟାଗଡ଼ରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ  ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୭୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ଉତ୍ସବରେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଅନାଦି ଚରଣ ମହାନ୍ତି ମୁଖ୍ଯ ଅତିଥି ଭାବେ ଯୋଗଦେଇ କୁନିକୁନି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଛାତ୍ରଛାତ୍ରୀ ବିଜ୍ଞାନ ଅନୁସନ୍ଧିତ୍ସୁ ହେବା ପାଇଁ ପରାମର୍ଶ ଦେଇଥିଲେ। ବିଜ୍ଞାନ ମେଳାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଆଜିର ବିଜ୍ଞାନ ମେଳା…

Read More