“ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE”ର ମିଳିତ ଆନୁକୁଲ୍ୟରେ ଶିଶୁ ଦିବସ ପାଳିତ

ଇଟାମାଟି, (ନୟାଗଡ଼ ଦର୍ପଣ): ଶିଶୁମାନେ ରାଷ୍ଟ୍ରର ପରିସମ୍ପତି। ଆଜିର ଶିଶୁ କାଲିର ନାଗରିକ। ଦେଶର ଭବିଷ୍ୟତ ଶିଶୁର ଶିକ୍ଷା, ଅଧିକାର ଏବଂ ସାମଗ୍ରିକ ବିକାଶ ଉପରେ ନିର୍ଭର କରେ। ଶିଶୁର ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ଶିକ୍ଷକ, ବାପା, ମା’ ଏବଂ ସମାଜର ଦାୟିତ୍ଵ ବୋଲି “ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE” ମିଳିତ ଆନୁକୁଲ୍ୟରେ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ପରିସରରେ ଅନୁଷ୍ଠିତ ଶିଶୁ ଦିବସ ଉତ୍ସବ -୨୦୨୫ ରେ ଯୋଗଦାନ କରି ଅତିଥିମାନେ ଏହା କହିଥିଲେ। ଉଭୟ ଅନୁଷ୍ଠାନର ସଭାପତି, ସମାଜସେବୀ ଭାଗିରଥି ବାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଇଟାମାଟିର ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଯୋଗଦାନ କରି ଶିଶୁମେଳାରେ ଭାଗ ନେଇଥିଲେ। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରାକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ସାମନ୍ତରାୟ,…

Read More

ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଶିଶୁ ଦିବସ ପାଳିତ

“ପିଲାମାନେ ଭଲ ପାଠ ପଢ କିନ୍ତୁ ପିତାମାତାଙ୍କୁ ଭୁଲ ନାହିଁ”- ମୁଖ୍ଯ ଅତିଥି- ରଂଜନ କୁମାର ଦାସ ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଶିଶୁ ଦିବସ ତଥା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ କେନ୍ଦ୍ରୀୟ ହିନ୍ଦି ସଂସ୍ଥାନ, ଆଗ୍ରାର ରିଜିଓନାଲ ଡାଇରେକ୍ଟର ରଂଜନ କୁମାର ଦାଶ ଯୋଗଦେଇ ମଞ୍ଚରେ ସ୍ଥାପିତ ଠାକୁରଙ୍କ ପ୍ରତିମୂର୍ତ୍ତି ଏବଂ ନେହେରୁଙ୍କ ପ୍ରତିଛବି ରେ ଧୂପଦୀପ ପ୍ରଦାନ ପୂର୍ବକ ପୁଷ୍ପମାଲ୍ଯାର୍ପଣ କରିଥିଲେ। ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୀବନୀ ବିଷୟ ରେ ଆଲୋଚନା କରିବା ସହିତ ଶିଶୁ ମାନଙ୍କ ପ୍ରତି ତାଙ୍କର ଅହେତୁକ ସ୍ନେହ ଶ୍ରଦ୍ଧା…

Read More