ଡିସେମ୍ବର ୮ରୁ୧୨ତାରିଖ ରାଜସୁନାଖଳା ମହୋତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ

ଉଦଘାଟନ କରିବେ ବାଚସ୍ପତି। ଉଦଯାପନୀ ଉତ୍ସବରେ ଯୋଗଦେଇପାରନ୍ତି ରାଜ୍ୟପାଳ ରଣପୁର, (ନୟାଗଡ଼ ଦର୍ପଣ) : ନୟାଗଡ଼ ଜିଲ୍ଲା ରାଜସୁନାଖଳା ପଞ୍ଚାୟତ ଠାରେ ରାଜସୁନାଖଳା ମହୋତ୍ସବ କାଉଁରୀ ୨୦୨୫ପାଇଁ ସାମ୍ବାଦିକ ସମ୍ମିଳନୀ  ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସମ୍ପାଦକ ତଥା ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରାଙ୍କ ଆବାହକତ୍ବରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମହୋତ୍ସବ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ମହୋତ୍ସବ କମିଟିର ସଭାପତି ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ ସମସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ରାଜସୁନାଖଳା ମହୋତ୍ସବ ଚଳିତ ବର୍ଷ ସପ୍ତମ ବର୍ଷରେ ପଦାର୍ପଣ କରିବ। ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ଵାଚସ୍ପତି ଏହାକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଉଦଯାପନୀ ଉତ୍ସବରେ ମହାମହିମ ରାଜ୍ୟପାଳ ଯୋଗଦେବାର ସମ୍ଭାବନା ଥିବା ଜଣାପଡିଛି। ବିଗତ କିଛି ବର୍ଷ ଧରି ରାଜସୁନାଖଳା ମହୋତ୍ସବକୁ…

Read More

ଜିଲ୍ଲା କଂଗ୍ରେସ କମିଟି କାର୍ଯ୍ୟକର୍ତ୍ତା ଏବଂ ବ୍ଲକ ଏନଏସି ସଭାପତି ମନୋନୟନ ପ୍ରକ୍ରିୟା ପାଇଁ ଦଳୀୟ ସାଙ୍ଗଠନିକ ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ମାର୍ଗଦର୍ଶନ କ୍ରମେ ନୟାଗଡ଼ ଜିଲ୍ଲାରେ ଦଳୀୟ ସାଙ୍ଗଠନିକ ପୁନର୍ବିନ୍ୟାସ କରାଯିବା ପାଇଁ ଏକ ଗୁରୁତ୍ୱ ପୂର୍ଣ୍ଣ ସାଙ୍ଗଠନିକ ବୈଠକ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ ସଂଗଠନ ସୃଜନ ଦ୍ୱାରା ମନୋନୀତ  ଡିସିସି ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ଦଳୀୟ ବୈଠକରେ ଜିଲ୍ଲା ବ୍ୟାପି ପ୍ରତ୍ୟେକ ବ୍ଲକ ମୁନିସିପାଲିଟି ଏବଂ ଏନଏସି ରେ ସଭାପତି ଚୟନ ପାଇଁ ଡିସିସି ସଭାପତିଙ୍କ  ନେତୃତ୍ୱରେ ୭ ବରିଷ୍ଠ ନେତୃମଣ୍ଡଳୀ ଙ୍କର ଏକ କମିଟି ଗଠନ କରାଯିବା ପାଇଁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହି କମିଟି ଜିଲ୍ଲା ର ପ୍ରତ୍ୟେକ ବ୍ଲକ ଏନଏସି ଗସ୍ତ କରି ବିଭିନ୍ନ ପଞ୍ଚାୟତ ନେତୃସ୍ଥାନୀୟ ବ୍ୟକ୍ତିବିଶେଷ ଙ୍କ ସହିତ ଆଲୋଚନା…

Read More