ରଣପୁର, (ନୟାଗଡ଼ ଦର୍ପଣ): ଓଡିଶାର ଏକ ଅଗ୍ରଣୀ ସ୍ବେଛାସେବୀ ସଂଗଠନ ବ୍ରହ୍ମ ଚେତନା ପରିଷଦ ଆନୁକୂଲ୍ୟରେ ଧରିତ୍ରୀ ମାତାକୁ ଆସନ୍ନ ବିପଦରୁ ସୁରକ୍ଷା ଦେବା ନିମନ୍ତେ ‘ଧରିତ୍ରୀ ମାତା ପାଇଁ ରବିବାର’ ନାମରେ ଏକ ସମୟ ଉପଯୋଗୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରଣପୁର ବ୍ଲକ ଅନ୍ତର୍ଗତ ଚମ୍ପାଗଡ଼ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଙ୍ଗନବାଡି ଚତୁପାର୍ଶ୍ଵରେ ଆମ୍ବ, ବଉଳ, ଵେଲ, ନିମ୍ବ ଆଦି ବିଭିନ୍ନ ପ୍ରଜାତିର ବୃକ୍ଷରୋପଣ କରାଯିବା ସହିତ ନିକଟସ୍ଥ ପୁଷ୍କରିଣୀରୁ ବିଲାତି ଦଳ ସଫା କରାଯାଇଥିଲା। ପରେ ଆଖ ପାଖ ଗ୍ରାମର ପରିବେଶ ପ୍ରେମୀଙ୍କୁ ନେଇ ଏକ ଜନସଚେତନତା ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ପରିଷଦର ସମ୍ପାଦକ କବି ସୁକାନ୍ତ ଚନ୍ଦ୍ର ନନ୍ଦ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ନିଜ ନିଜ…
Read MoreDay: December 22, 2025
ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରରେ ବିଜ୍ଞାନ ମେଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ବିଜ୍ଞାନ ମେଳା ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅବସରପ୍ରାପ୍ତ ଅଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ ଉଦଘାଟକ ଭାବେ ଯୋଗଦାନ କରି ବିଧିବଦ୍ଧ ଭାବେ ବିଜ୍ଞାନ ମେଳାକୁ ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦାନ କରି ପିଲାମାନଙ୍କୁ ବିଜ୍ଞାନ ମନସ୍କ ହେବା ସହିତ ବିଜ୍ଞାନ ଯୋଗୁଁ ମାନବ ସମାଜର ଉପକାରିତା ଏବଂ ଅପକାରିତାର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ। ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ବସନ୍ତ କୁମାର ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଉଦଘାଟନୀ ସଭାରେ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପକ ପୂର୍ଣ୍ଣ ଚନ୍ଦ୍ର ଶତପଥୀ, ଶ୍ରୀଧର ଦାଶ,ନୀଳମାଧଵ ନନ୍ଦ, ପ୍ରତାପ ଶତପଥୀ, ପୂର୍ଣ୍ଣିମା ତ୍ରିପାଠୀ,ଲକ୍ଷ୍ମୀଧର ସାହୁ,ମାଣିକେଶ୍ବର…
Read Moreସେବା ପରିବାରର ବନ୍ଧୁ ମିଳନ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ସେବା ପରିବାରର ବନ୍ଧୁମିଳନ ଉତ୍ସବ ନୟାଗଡ଼ ଝରିଦେଇ ପୀଠରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଜିଲ୍ଲାର ବିଭିର୍ଣ୍ଣ ସାମାଜିକ ସଂଗଠନର କର୍ମକର୍ତା ମାନେ ଏକାଠି ହୋଇଥିବା ବେଳେ ଆଗାମୀ ଦିନରେ ସାରା ନୟାଗଡ଼ରେ କିଭଳି ସେବା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରାଯିବା ସହ ଯୁବକ ମାନଙ୍କୁ ଏଥିରେ ଯୋଡ଼ାଯିବ ସେନେଇ ଆଲୋଚନା ହୋଇଥିଲା। ନୟାଗଡ଼ଜିଲ୍ଲାରେ ସମସ୍ତ ସ୍ବେଛାସେବୀ ସଂଗଠନ ମାନଙ୍କୁ ନେଇ ଜିଲ୍ଲାରେ କିଭଳି ଗଠନମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ ଏନେଇ ଉପସ୍ଥିତ ଯୁବ ସ୍ବେଛାସେବୀମାନେ ନିଜର ମତ ରଖିଥିଲେ। ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବନ୍ଧୁମିଳନ ଉତ୍ସବରେ ଡାକ୍ତର ଅରବିନ୍ଦ ଦାଶ,ସମାଜସେବୀ ସନ୍ତୋଷ ପ୍ରଧାନ, ସାମ୍ବାଦିକ ପୁରୁଷୋତ୍ତମ ମହାପାତ୍ର, ଜୟନ୍ଦ୍ର ବେହେରା,ବିଶିଷ୍ଠ ସମାଜସେବୀ ବଂଶୀଧର…
Read More