ଗଣିଆ,(ନୟାଗଡ଼ ଦର୍ପଣ): ଗଣିଆ ବନାଂଚଳ କାର୍ଯ୍ୟାଳୟରେ ଦୀର୍ଘ ୧୫ବର୍ଷଧରି କାର୍ଯ୍ୟରତଥିବା ଜଣେ କର୍ତବ୍ୟ ନିଷ୍ଠ ବନପାଳଙ୍କର ଗତକାଲି ମଧ୍ୟରାତ୍ରୀରେ ଆକସ୍ମିକ ମୃତ୍ୟୁ ଘଟିଛି । ସୁଚନା ଥାଉକି ଦଶପଲା ବ୍ଳକ ତେଣ୍ଡାବାଡ଼ି ଗ୍ରାମର ସନ୍ତୋଷ କୁମାର ପ୍ରଧାନ(୪୫) ଅଟନ୍ତି । ସେ ଗଣିଆ ବନାଂଚଳରେ ପ୍ରଥମେ ବନରକ୍ଷୀଭାବେ କାର୍ଯ୍ୟ କରୁଥିବାବେଳେ କାଳକ୍ରମେ ପଦୋନ୍ନତି ହୋଇ ବନପାଳ ଭାବେ କାର୍ଯ୍ୟ କରୁଥିଲେ । କିଛିଦିନ ପୂର୍ବରୁ ସେ ହୃଦରୋଗ, ଯକୃତ ଓ ଫୁସଫୁସ ରୋଗରେ ପିଡ଼ିତ ଥିଲେ । ଭୂବନେଶ୍ୱର ଏକ ଘରୋଇ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ମୃତ୍ୟୁ ଘଟିଥିଲା । ତାଙ୍କ ମୃତ୍ୟୁକୁ ନେଇ ଗଣିଆ ବନାଂଚଳ ତଥା ଗଣିଆ ବ୍ଳକରେ ଏକ ଶୋକାକୂଳ ପରିବେଶ ଦେଖିବାକୁ ମିଳିଛି । ସନ୍ଧ୍ୟାରେ ଶବ ଗ୍ରାମରେ ପଂହଚିଲାପରେ ସନ୍ତୋଷଙ୍କ ମୃତ ଶରୀର ଦେଖିବାପାଇଁ ଲୋକାରଣ୍ୟ ହୋଇଥିବା ଦେଖିବାକୁ…
Read MoreDay: January 11, 2026
ମାତୃହନ୍ତା ପୁଅକୁ ବାନ୍ଧିଲା ଗଣିଆ ପୋଲିସ
ଗଣିଆ, (ନୟାଗଡ଼ ଦର୍ପଣ): ଗଣିଆ ଥାନା କରଡାପଡା ପଞ୍ଚାୟତ କଳାଶିମିଳି ଗ୍ରାମରେ ଶନିବାର ଦିନ ବୃଦ୍ଧା ମାକୁ ମାରିଥିବା ମାତୃହନ୍ତା ପୁଅକୁ ରବିବାର ଦିନ ଅଦାଲତ ଚାଲାଣ କରିଛି ଗଣିଆ ପୋଲିସ । ସୁଚନଥାଉକି କଳାଶିମିଳି ଗ୍ରାମର ରବିନ୍ଦ୍ର ବାରିକିଙ୍କ ସ୍ତ୍ରୀ ସୁକାନ୍ତି ଦେଇ(୫୨)ଙ୍କୁ ତାଙ୍କ ଏକମାତ୍ର ପୁଅ କୁନା ବାରିକି ବାଡ଼େଇ ମାରିଦେଇଥିବା ଥାନାରେ ଅଭିଯୋଗ କରିଥିଲେ । ବାପା ଖଣ୍ଡପଡ଼ାକୁ କାମ କରିବା ପାଇଁ ଯାଇଥିବା ବେଳେ ପୁଅ ବିଭିନ୍ନ ସମୟରେ ମାକୁ ମାରଧର କରୁଥିଲା । ଏପରିକି ବିଭିନ୍ନ ସମୟରେ ଗ୍ରାମବାସୀ ମଧ୍ୟ ସମାଧାନ କରୁଥିଲେ । କିନ୍ତୁ ପୁଅ ସବୁବେଳେ ମଦ ପିଇ ମା ସହିତ ପାଟିତୁଣ୍ଡ କରୁଥିଲା । ଶୁକ୍ରବାର ଦିନ ମାଆକୁ ବାଡେଇଥିବା ଗ୍ରାମବାସୀ ମାନେ କହିଛନ୍ତି । ଏପରିକି ସନ୍ଧ୍ୟା ବେଳେ ମାଆକୁ ଘରକୁ ଠେଲି ଠେଲି…
Read Moreନୟାଗଡ଼ ବ୍ଲକ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମି ଫାଇନାଲକୁ ଗଲେ ୧୦ କଣ୍ଠଶିଳ୍ପୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ନୟାଗଡ଼ ବ୍ଲକ ଅଡିସନ ନୂଆରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାକୁ ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀ, ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ,ଶିକ୍ଷାକେନ୍ଦ୍ର ପ୍ରଧାନ ଶିକ୍ଷକ ବସନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଶିକ୍ଷକ ନୀଳମାଧଵ ନନ୍ଦ ପ୍ରମୁଖ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୩ଜଣ କଣ୍ଠଶିଳ୍ପୀ ଅଂଶ ଗ୍ରହଣ କରିଥିଲେ। ସଙ୍ଗୀତ ପ୍ରତିଯୋଗିତାରେ ବିଚାରକ ଭାବେ ସଙ୍ଗୀତ ଗୁରୁ ରବୀନ୍ଦ୍ର କୁମାର ଦାଶ,କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଏବଂ ରବୀନ୍ଦ୍ର କୁମାର ତ୍ରିପାଠୀ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ ୧୦…
Read More