ଶାରୀରିକ ଶିକ୍ଷା ହେଉଛି ଶୈକ୍ଷିକ ସଫଳତାର ଚାବିକାଠି- ମୁଖ୍ଯ ଅତିଥି ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୪ ତମ ଜୟନ୍ତୀ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୦୯ଟା ସମୟରେ ଖଣ୍ଡପଡାରୋଡସ୍ଥ ହନୁମାନ ମନ୍ଦିର ଠାରୁ ଆୟୋଜିତ ବିଶାଳ ଶୋଭାଯାତ୍ରାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପତାକା ଦେଖାଇ ଉଦଘାଟନ କରିଥିଲେ। ଶୋଭାଯାତ୍ରା ହନୁମାନ ମନ୍ଦିର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଥିଲା ବେଳେ ଉକ୍ତ ଶୋଭାଯାତ୍ରାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ନୟାଗଡ଼ ଜିଲ୍ଲା ଶାଖା,ଭାରତ ବିକାଶ ପରିଷଦ, ପୂଜ୍ଯପୂଜା କମିଟି,ରୋଟାରୀ କ୍ଲବ,ସିଭିଲ୍ ସୋସାଇଟି, ନୟାଗଡ଼ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ…
Read MoreDay: January 12, 2026
ସେବା ଉତ୍ସବ ପକ୍ଷରୁ ମିନି ମାରାଥନ ଓ ଯୁବ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଜାତୀୟ ଯୁବ ଦିବସ ଅବସରରେ ମିନି ମାରାଥନ ଓ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସକାଳୁ ସକାଳୁ ବିଭିନ୍ନ ଶିକ୍ଷାନୁଷ୍ଠାନର ଏକ ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଓ ଜିଲ୍ଲାର ଅଗ୍ରଣୀ ଯୁବ ସଂଗଠନର ଯୁବକ ଯୁବତୀ ମାନେ ନୟାଗଡ଼ ଦୁର୍ଗାପ୍ରସାଦ ଠାରୁ ବାହାରି ପ୍ରାୟ ଚାରି କିମି ମାରାଥନରେ ଅଂଶଗ୍ରହଣ କରି ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ପହଂଚିଥିଲେ। ସବୁଜ ପୃଥିବୀ ଯିବା ଆଗରୁ ଆମକୁ ସବୁଜିମାମୟ ପୃଥବି ଗଢ଼ିବା ବାର୍ତା ନେଇ ଏହି ମାରାଥନ ଅନୁଷ୍ଠିତ ହୋଇଥିଲା। ଏହି ମାରାଥନକୁ ସକାଳେ ମୁଖ୍ୟ ଅତିଥି ଭାବେ ରାଜ୍ୟର ଅତିରିକ୍ତ ପୋଲିସ ଡିଜି ସଂଜୀବ ପଣ୍ଡା ଯୋଗଦେଇ ସବୁଜ ପତାକା ଦେଖାଇ ମାରାଥନର ଶୁଭାରମ୍ଭ କରିଥିଲେ। ଏହାପରେ…
Read Moreଖବର କାଗଜ ବିତରକମାନଙ୍କୁ କମ୍ବଳ ବଣ୍ଟନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସିର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଦର ମହକୁମାରେ କାର୍ଯ୍ୟରତ ଖବର କାଗଜ ବିତରକମାନଙ୍କୁ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖ ପ୍ରାଙ୍ଗଣରେ ଆଜି ଅପରାହ୍ନରେ କମ୍ବଳ ବଣ୍ଟନ କରାଯାଇଛି। ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିତରକ ସଂଘ ସଭାପତି ଶ୍ରୀକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ କାର୍ଯ୍ୟରତ ୨୦ ଜଣ ଖବର କାଗଜ ବିତରକ ସାମିଲ ହୋଇ କମ୍ବଳ ଗ୍ରହଣ କରିଥିଲେ। ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ବରିଷ୍ଠ ସାମ୍ବାଦିକ ସୁବାସ ମହାପାତ୍ର, ଲୋକନାଥ ମିଶ୍ର, ପୁରୁଷୋତ୍ତମ ମହାପାତ୍ର, ଗୋକୁଳ ଷଡ଼ଙ୍ଗୀ, ବିକ୍ରମ ସ୍ୱାଇଁ, ଦୀପକ ଦାସ, ବିଭୁତି ପଟ୍ଟନାୟକଙ୍କ ସମେତ ରୋଟାରିଆନ ତଥା ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।
Read More