ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ସାମଗ୍ରିକ ବିକାଶ ତଥା ଉତ୍କର୍ଷର ପ୍ରତିଫଳନ ଲକ୍ଷ୍ୟ ନେଇ ସ୍ଥାନୀୟ ଲାଠିପଡ଼ାସ୍ଥିତ ମଡେଲ ଡିଗ୍ରୀ କଲେଜ ପରିସରରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ୨୦୨୫ ଅନୁଷ୍ଠିତ ହୋଇଯାଇଅଛି। ଛାତ୍ର ସଂସଦ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ମଧୁସ୍ମିତା ମହାପାତ୍ର, ଡକ୍ଟର ପ୍ରକାଶ କୁମାର ସାହୁ, ଡକ୍ଟର ଅନୀୟ କୁମାର ସାମନ୍ତରା, ବିଜୟ କୁମାର ସାହୁଙ୍କ ସୁପରିଚାଳନାରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ସଭାକାର୍ଯ୍ୟ ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜ୍ବଳନ ସହ ଆନୁଷ୍ଠାନିକ ଭାବେ ସ୍ବାଗତ ସଂଗୀତ ପରିବେଷଣ କରାଯାଇଥିଲା। ୨୦୨୪-୨୫ ଶିକ୍ଷାବର୍ଷର ରାଜନୀତି ବିଜ୍ଞାନ ବିଭାଗର ଛାତ୍ରୀ ଶୁଭସ୍ମିତା ମହାନ୍ତି ‘ଶ୍ରେଷ୍ଠ ସ୍ନାତକ’ ଟ୍ରଫି ସହିତ ଦୁଇ ହଜାର…

Read More

ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ପ୍ରଦାନ ପାଇଁ ଦାବିପତ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ୟବସାୟୀ ସଂଘ କଚେରି ବଜାରର ସଭାପତି ପ୍ରଭାତ କୁମାର ଷଡ଼ଙ୍ଗୀ, ଉପସଭାପତି ସୁନୀଲ କୁମାର ଶତପଥୀ, ସଂପାଦକ ରଘୁନାଥ ସାହୁ ଓ କୋଷାଧ୍ୟକ୍ଷ ପ୍ରକାଶ କୁମାର ଦୋରାଙ୍କ ସହ ସଂଘର ବହୁ ସଦସ୍ୟମାନେ ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ପ୍ରଦାନ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି। ଛେନାପୋଡ଼ର ପ୍ରତିଷ୍ଠାତା ସ୍ବର୍ଗତ ସୁଦର୍ଶନ ସାହୁଙ୍କ ଜୟନ୍ତୀ ଏପ୍ରିଲ୍ ୧୧କୁ ବିଶ୍ବ ଛେନାପୋଡ଼ ଦିବସ ଭାବେ ପାଳନ କରିବା ପାଇଁ ସେମାନେ ନିବଦେନ କରିଛନ୍ତି। ଏଣୁ ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ପ୍ରଦାନ ଦିଗରେ ପଦକ୍ଷେପ ନେବାକୁ କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ବିଭାଗକୁ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

Read More