୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡ, (ନୟାଗଡ଼ ଦର୍ପଣ): ଓଡ଼ିଶା ଫୁଟବଲ୍ ଆସୋସିଏସନ୍ ଏବଂ ଜିଲ୍ଲା ଆଥଲେଟିକ୍ ଆସୋସିଏସନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଖେଳ ପଡିଆରେ ଚାଲିଥିବା ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଏକ ଖେଳରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡକୁ ଏକ ମ୍ୟାଚରେ ୨-୧ ଗୋଲରେ ବିଜୟୀ ହୋଇଛି। ଆଜିର ଖେଳରେ ବିଶିଷ୍ଟ ସମାଜସେବୀ ତଥା ରୋଟାରିଆନ ପୂର୍ଣ୍ଣଚନ୍ଦ୍ର ସାହୁ ମୁଖ୍ୟଅତିଥିଭାବେ ଯୋଗଦେଇ ଉଭୟ ଦଳର ଖେଳାଳୀ ମାନଙ୍କ ସହ କରମର୍ଦ୍ଦନ କରିଥିଲେ। ବରିଷ୍ଠ ସାମ୍ୱାଦିକ ରାମକୃଷ୍ଣ ରଥ ଧାରାବିବରଣୀ ପ୍ରଦାନ କରିଥିବାବେଳେ ମ୍ୟାଚ୍ କମିସନର ଭାଵେ କମରୁଦ୍ଦିନ ଖାଁ ରହିଥିଲେ।ଏହି ଆନ୍ତଃ କ୍ଲବ୍ ଏବଂ ଆନ୍ତଃ ଜିଲ୍ଳା ସିଏମ୍ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟକୁ ସଂମ୍ପାଦକ ଅଶେଷ କୁମାର ଦାଶ, ଉପ ସଭାପତି ଭବାନୀଶଙ୍କର ଦାସ, ଯୁଗ୍ମ ସମ୍ପାଦକ ବିନାୟକ ପ୍ରସାଦ ରାଓ, ପ୍ରଶାନ୍ତ କୁମାର ବେହେରା, ନିଶିକାନ୍ତ ମହାନ୍ତି…

Read More