ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସାମୟୀ ଆଚାର୍ଯ୍ୟ ଆଜି ଅବସର ଗ୍ରହଣ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶଙ୍କ ଅଧ୍ୟକ୍ଷତାରେ ତାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଡେପୁଟି କଲ୍ଲେକ୍ଟର ତପସ୍ୱିନୀ ହାସଁଦା ଏବଂ ବହୁ ସରକାରୀ କର୍ମଚାରୀ ଉପସ୍ଥିତ ରହିଥିଲେ। ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀମତି ଆଚାର୍ଯ୍ୟ ନୟାଗଡ଼ରେ ଦୀର୍ଘ ଏକ ବର୍ଷ କାଳ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାର୍ଯ୍ୟକରି ଲୋକପ୍ରିୟ ହୋଇପାରିଥିଲେ।
Read MoreDay: May 31, 2026
ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ସ୍କାଉଟ ଗାଇଡ଼ ପିଲାଙ୍କ ଦ୍ୱାରା ବିଶ୍ୱ ତମାଖୁ ବର୍ଜନ ସଚେତନତା ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ତମାଖୁ ଯାହାକି ଶରୀରକୁ କ୍ଷତି କରିବ, ପରିବାରରୁ ସ୍ୱାମୀ ସ୍ତ୍ରୀକୁ ଅଲଗା କରିବା, କମ ବୟସ ଯୁବକ ଯୁବତୀଙ୍କୁ ବିପଥଗାମୀ କରିବା ଶେଷରେ ପରିବାରର ଆର୍ଥିକ ମାନଦଣ୍ଡକୁ ଉଜୁଡାଇ ସର୍ବସ୍ୱାନ୍ତ କରିଦେବାରେ ସିଦ୍ଧ ହସ୍ତ ହେଉଛି । କିଶୋର କିଶୋରୀମାନଙ୍କୁ ସଚେତନ କରାଇ ନିଜ ପରିବାର ପରେ ସମାଜକୁ ବାର୍ତ୍ତା ଦେବାକୁ ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କର ସ୍କାଉଟ ଗାଇଡ ଛାତ୍ରଛାତ୍ରୀ ପାଳିଲେ ବିଶ୍ୱ ତମାଖୁ ନିରୋଧ/ବର୍ଜନ ଦିବସ। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ବାରିକଙ୍କ ନିର୍ଦେଶକ୍ରମେ ପ୍ରକୃତିବନ୍ଧୁ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ସଭାରେ ତମାଖୁ ସେବନର ଭୟାବହତା ସାଙ୍ଗକୁ ବ୍ରେନଷ୍ଟ୍ରୋକ, ଫୁସଫୁସ କ୍ୟାନସର, ବୃକକ ଏପରିକି ଏହି ଧୂଆଁ ଯେଉଁ ପଥ ଦେଇ ଯାଉଛି ସେହିବାଟେ ନିକୋଟିନର ପରିମାଣ ବୃଦ୍ଧି…
Read More