ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ଥିତ ସୃଜନ ଗୃହରେ ଦେବର୍ଷି ନାରଦ ଜୟନ୍ତୀ ଗମ୍ଭୀର ଓ ଭକ୍ତିମୟ ପରିବେଶରେ ପାଳିତ ହୋଇଯାଇଛି। ଦେବର୍ଷି ନାରଦଙ୍କୁ ଭାରତୀୟ ପରମ୍ପରାରେ ଜ୍ଞାନ, ଭକ୍ତି ଓ ସତ୍ୟ ସୂଚନାର ପ୍ରତୀକ ଭାବେ ସମ୍ମାନ କରାଯାଏ। ଅନେକ ସ୍ଥାନରେ ଏହି ଦିନକୁ ସାମ୍ବାଦିକତା ସହ ମଧ୍ୟ ପ୍ରତୀକାତ୍ମକ ଭାବେ ଯୋଡ଼ି ଦେଖାଯାଏ। କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାଜ ଗଠନରେ ସାମ୍ବାଦିକମାନଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ବକ୍ତା ଭାବେ କ୍ଷେତ୍ର ଧର୍ମ ଜାଗରଣ ପ୍ରମୁଖ ବିନୟ ଭୂଇଁଆ ଦେବର୍ଷି ନାରଦଙ୍କ ଆଦର୍ଶ, ସତ୍ୟ ସୂଚନା ପ୍ରସାର ଓ ମୂଲ୍ୟବୋଧ ଆଜିର ସାମ୍ବାଦିକତା ପାଇଁ କିପରି ପ୍ରେରଣାଦାୟକ, ସେ ନେଇ ବିସ୍ତୃତ ଆଲୋଚନା କରିଥିଲେ। ସମ୍ମାନିତ ଅତିଥି ଭାବେ ସହ ପ୍ରଚାର ପ୍ରମୁଖ…
Read MoreMonth: June 2026
ଆକାଉଣ୍ଟାଣ୍ଟ କମ୍ ଡିଇଓ ସଂଘର ଜିଲ୍ଲାସ୍ତରୀୟ ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ; ୪୧ ୟୁନିଟ୍ ରକ୍ତଦାନ ସହ ବୃଦ୍ଧାଶ୍ରମରେ ସେବା କାର୍ଯ୍ୟ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଆକାଉଣ୍ଟାଣ୍ଟ କମ୍ ଡିଇଓ ସଂଘର ଜିଲ୍ଲାସ୍ତରୀୟ ଦ୍ୱିତୀୟ ବାର୍ଷିକ ଉତ୍ସବ ସେବା, ସାମାଜିକ ଦାୟିତ୍ୱବୋଧ ଓ ସାଙ୍ଗଠନିକ ଏକତାର ବାର୍ତ୍ତା ନେଇ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ କମ୍ ଡିଇଓମାନେ ସ୍ୱେଚ୍ଛାକୃତ ଭାବେ ୪୧ ୟୁନିଟ୍ ରକ୍ତଦାନ କରି ସମାଜ ପ୍ରତି ନିଜର ଦାୟିତ୍ୱବୋଧର ପରିଚୟ ଦେଇଥିଲେ। ନୟାଗଡ଼ ଜିଲ୍ଲା ରକ୍ତଭଣ୍ଡାର ପରିସରରେ ଆୟୋଜିତ ରକ୍ତଦାନ ଶିବିରକୁ ବିଶିଷ୍ଟ ଶିକ୍ଷାବିତ୍ ଧୀରେନ୍ଦ୍ର ପଟ୍ଟନାୟକ ଓ ଡାକ୍ତର ମୋନାଲିସା ସ୍ୱାଇଁ ଉଦ୍ଘାଟନ କରିଥିଲେ। ରକ୍ତଭଣ୍ଡାରରେ ରକ୍ତର ଅଭାବ ଥିବା ସମୟରେ ସଂଘ ପକ୍ଷରୁ ୪୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବାରୁ ଏହି ପଦକ୍ଷେପକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି। ଏହା ସହିତ ସଂଘ ପକ୍ଷରୁ ନୟାଗଡ଼ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ରହୁଥିବା ଅନ୍ତେବାସୀମାନଙ୍କ ପାଇଁ ମଧ୍ୟାହ୍ନ…
Read Moreନୟାଗଡ଼ କଲେଜରେ ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ଫେରିଛନ୍ତି ଚର୍ଚ୍ଚିତ ଡ଼ ବାନାମ୍ବର ପୃଷ୍ଟି। ନିଜ ପାଣ୍ଡିତ୍ୟ ପାଇଁ ନୟାଗଡ଼ରେ ସେ ଯେତିକି ଚର୍ଚ୍ଚିତ, କଲେଜ ଅଧ୍ୟକ୍ଷଙ୍କ ସହ ବିବାଦୀୟ ଘଟଣା ପାଇଁ ମଧ୍ୟ ସେତିକି ଚର୍ଚ୍ଚିତ ଥିଲେ। ସବୁ ବାଦବିବାଦ ଦୂର ହୋଇ ଓଡ଼ିଆ ବିଭାଗର ମୁଖ୍ୟ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି ପୁଣି ଥରେ ଵିଧିବଦ୍ଧ ଭାବରେ ପୁନଃଅବସ୍ଥାପିତ ହୋଇଛନ୍ତି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ରାଉତ ତାଙ୍କୁ ଯୋଗଦାନ କରାଇଛନ୍ତି। ଶୈକ୍ଷିକ ବାତାବରଣକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ତାଙ୍କୁ ପୁନଃ କାର୍ଯ୍ୟରେ ଯୋଗଦେବା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦେଶ ଦିଆଯାଇଥିଲା। ଏହାକୁ ପାଳନ କରି ସେ କାର୍ଯ୍ୟରେ ଯୋଗଦେଇଛନ୍ତି। ପ୍ରାୟ କିଛି ମାସ ହେବ ତାଙ୍କୁ ମହାବିଦ୍ୟାଳୟ ଛାଡ଼ିବାକୁ ପଡିଥିଲା। ତତ୍କାଳୀନ କଲେଜ ଅଧ୍ୟକ୍ଷଙ୍କ ସହ ବିବାଦ ପରଠାରୁ ତାଙ୍କୁ…
Read Moreଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ନିଷ୍କ୍ରିୟତା ଅଭିଯୋଗ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା କେସ୍ ନମ୍ବର ୨୧୮/୨୦୨୬କୁ ନେଇ ନୂଆ ମୋଡ଼ ଆସିଛି। ଘଟଣାରେ ଗୁରୁତର ଆହତ ହୋଇଥିବା କଣ୍ଟାବଣିଆ ଗ୍ରାମର ଗୋବିନ୍ଦ ମହାନ୍ତିଙ୍କ ପରିବାର ପକ୍ଷରୁ ପୋଲିସର ନିଷ୍କ୍ରିୟତା ଏବଂ ଚିକିତ୍ସାରେ ଅବହେଳା ନେଇ ଗୁରୁତର ଅଭିଯୋଗ କରାଯାଇଛି। ଅଭିଯୋଗ ଅନୁଯାୟୀ, ଗତ ୧୯ ଜୁନ୍ ୨୦୨୬ ଭୋର ସମୟରେ ଗୋବିନ୍ଦ ମହାନ୍ତିଙ୍କୁ ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବେ ଆକ୍ରମଣ କରାଯାଇଥିଲା। ଆକ୍ରମଣ ପରେ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ପାଲାଗୁଣ୍ଠୁଣି ତୋଟାରେ ପକାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଖବର ପାଇ ତାଙ୍କୁ ଉଦ୍ଧାର କରି ପ୍ରଥମେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ଏବଂ ପରବର୍ତ୍ତୀ ସମୟରେ କଟକ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ପରିବାରର ଅଭିଯୋଗ…
Read Moreନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ର ରୁଦ୍ର ପ୍ରସାଦ ନାୟକଙ୍କ ବଡ଼ ସଫଳତା: ଅଲ୍ ଇଣ୍ଡିଆ ପିଜି ପ୍ରବେଶିକାରେ ଦ୍ୱିତୀୟ, ଜେଏନୟୁ ପାଇଁ ପ୍ରଥମ ସ୍ଥାନ
ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଆନୁକୂଲ୍ୟରେ ପରିଚାଳିତ ସର୍ବଭାରତୀୟ ସାଧାରଣ ସ୍ନାତକୋତ୍ତର ପ୍ରବେଶିକା ପରୀକ୍ଷାରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ଦର୍ଶନ ବିଭାଗର ଛାତ୍ର ରୁଦ୍ର ପ୍ରସାଦ ନାୟକ ସମଗ୍ର ଦେଶରେ ଦ୍ଵିତୀୟ ସ୍ଥାନ ହାସଲ କରି ଓଡ଼ିଶା ତଥା ନୟାଗଡ଼ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ପରୀକ୍ଷାରେ ସେ ମୋଟ ୨୫୧ ମାର୍କ ରଖିବା ସହ ଏହି ଫଳାଫଳ ଆଧାରରେ ଦେଶର ପ୍ରତିଷ୍ଠିତ ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ, ନୂଆଦିଲ୍ଲୀରେ ପ୍ରଥମ ରାଙ୍କ ସହ ଅଧ୍ୟୟନ କରିବାର ସୁଯୋଗ ପାଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ରୁଦ୍ର ପ୍ରସାଦ ୨୦୨୫-୨୬ ଶିକ୍ଷାବର୍ଷରେ ନିଜ ବିଭାଗରେ ଶ୍ରେଷ୍ଠ ହେବା ସହ ମହାବିଦ୍ୟାଳୟର ସମଗ୍ର କଳା ସ୍ରୋତରେ ଶ୍ରେଷ୍ଠ ସ୍ନାତକ ବିବେଚିତ ହୋଇଥିଲେ।ରୁଦ୍ରଙ୍କର ଏହି ଅସାଧାରଣ ସଫଳତା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ କୁମାର ରାଉତ, ଦର୍ଶନ ବିଭାଗର ମୁଖ୍ୟ ଡ.…
Read Moreଚମ୍ପାଗଡ ପଞ୍ଚାୟତରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ, ନିରପେକ୍ଷ ତଦନ୍ତ ଦାବି
ରଣପୁର,(ନୟାଗଡ଼ ଦର୍ପଣ): ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ନୟାଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ସ୍ଥାପନ କାର୍ଯ୍ୟର ଯାଞ୍ଚ ପାଇଁ ୨୪ଟି ଟିମ୍ ନିୟୋଜିତ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ ଅନ୍ତର୍ଗତ ଚମ୍ପାଗଡ ପଞ୍ଚାୟତରେ ମଧ୍ୟ ଏହି ପ୍ରକଳ୍ପକୁ ନେଇ ବ୍ୟାପକ ଅନିୟମିତତାର ଅଭିଯୋଗ ସାମ୍ନାକୁ ଆସିଛି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ, ପଞ୍ଚାୟତରେ ସ୍ଥାପନ କରାଯାଇଥିବା ଅଧିକାଂଶ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ବର୍ତ୍ତମାନ ଅଚଳ ଅବସ୍ଥାରେ ରହିଛି। ଲାଇଟ୍ ସ୍ଥାପନର ପ୍ରାୟ ଏକ ମାସ ପରଠାରୁ ଅନେକ ଲାଇଟ୍ ବନ୍ଦ ପଡ଼ିଥିଲେ ମଧ୍ୟ ସେଗୁଡ଼ିକର ମରାମତି କିମ୍ବା ରକ୍ଷଣାବେକ୍ଷଣ ପାଇଁ କୌଣସି ପଦକ୍ଷେପ ନିଆଯାଇନଥିବା ସେମାନେ ଦାବି କରିଛନ୍ତି। ଏହାର ପରିଣାମ ସ୍ୱରୂପ ରାତି ସମୟରେ ଅନେକ ସ୍ଥାନ ଅନ୍ଧାରରେ ରହୁଥିବାରୁ ସାଧାରଣ ଲୋକ ବିଭିନ୍ନ ସମସ୍ୟାର…
Read Moreନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ: ସ୍ମୃତି ଚାରଣ ସହ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଆ ନାଟ୍ୟଜଗତର ପ୍ରଖ୍ୟାତ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ଶ୍ରାଦ୍ଧ ଦିବସ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ସଂସ୍କୃତି ଭବନ ପ୍ରାଙ୍ଗଣରେ ଥିବା ସ୍ୱର୍ଗତ ମିଶ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା।ଆବାହକ ବିଶ୍ୱନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବକ୍ତାମାନେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ଓଡ଼ିଆ ସାରସ୍ୱତ ଓ ନାଟ୍ୟ ସାହିତ୍ୟ ପ୍ରତି ଥିବା ଅତୁଳନୀୟ ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ। ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଅଞ୍ଚଳରେ ଜନ୍ମଗ୍ରହଣ କରିଥିବା ଏହି ମହାନ ଶିଳ୍ପୀ ନିଜ ଲେଖନୀ ମାଧ୍ୟମରେ ଗ୍ରାମୀଣ ଜୀବନର ସରଳତା, ପାରିବାରିକ ମୂଲ୍ୟବୋଧ, ସାମାଜିକ ସମସ୍ୟା ଓ ନିବିଡ଼ ମାନବୀୟ ସମ୍ପର୍କକୁ ମଞ୍ଚରେ ଜୀବନ୍ତ ରୂପ ଦେଇଥିଲେ। ତାଙ୍କ ନାଟକଗୁଡ଼ିକର ସରଳ…
Read Moreବିକାଶର ଧାରା, ଓଡ଼ିଶା ସାରା” କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିଲେ ନୟାଗଡ଼ବାସୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ଥିତ ପଠାଣି ସାମନ୍ତ ସଂସ୍କୃତି ଭବନଠାରେ ଆଜି “ବିକାଶର ଧାରା, ଓଡ଼ିଶା ସାରା” କାର୍ଯ୍ୟକ୍ରମର ସିଧା ପ୍ରସାରଣ (ଲାଇଭ୍ ଟେଲିକାଷ୍ଟ) ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଗତ ଦୁଇ ବର୍ଷର ଶାସନକାଳୀନ ସଫଳତା, ବିକାଶମୂଳକ କାର୍ଯ୍ୟକ୍ରମ ଏବଂ ରାଜ୍ୟର ଭବିଷ୍ୟତ ବିକାଶ ଦିଗ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ଭିତ୍ତିଭୂମି ବିକାଶ, କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ମହିଳା ସଶକ୍ତିକରଣ କ୍ଷେତ୍ରରେ ହୋଇଥିବା ଉଲ୍ଲେଖନୀୟ ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା। ଏହି ଅବସରରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କ ସମେତ ପୌରପରିଷଦର ବହୁ କାଉନସିଲର, ମୁନିସିପାଲିଟି ଅଞ୍ଚଳର ବୁଦ୍ଧିଜୀବୀ, ସାମ୍ବାଦିକ, ସମାଜସେବୀ ଏବଂ ବରିଷ୍ଠ ନାଗରିକମାନେ ଉପସ୍ଥିତ ଥିଲେ।…
Read Moreଏଲଇଡି ଷ୍ଟ୍ରିଟ୍ ଲାଇଟ୍ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: କେନ୍ଦୁଝର, ନୟାଗଡ଼ ଓ ଯାଜପୁରରେ ଭିଜିଲାନ୍ସର ବ୍ୟାପକ ତଦନ୍ତ
ନୟାଗଡ଼, (ନୟାଗଡ଼ ଦର୍ପଣ): କେନ୍ଦୁଝର, ନୟାଗଡ଼ ଏବଂ ଯାଜପୁର ଜିଲ୍ଲାରେ ୨୦୨୧-୨୨ ଓ ୨୦୨୨-୨୩ ଆର୍ଥିକ ବର୍ଷ ମଧ୍ୟରେ କାର୍ଯ୍ୟକାରୀ ହୋଇଥିବା ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ସ୍ଥାପନ ପ୍ରକଳ୍ପରେ ବ୍ୟାପକ ଦୁର୍ନୀତି ଓ ସରକାରୀ ଅର୍ଥ ଆତ୍ମସାତ ହୋଇଥିବା ଅଭିଯୋଗର ତଦନ୍ତ ଆରମ୍ଭ କରିଛି ଓଡ଼ିଶା ଭିଜିଲାନ୍ସ। ନିର୍ଭରଯୋଗ୍ୟ ସୂଚନା ଆଧାରରେ ଆରମ୍ଭ ହୋଇଥିବା ଏହି ତଦନ୍ତକୁ ତ୍ୱରିତ ଓ ସମନ୍ୱିତ ଭାବେ ସମ୍ପନ୍ନ କରିବା ପାଇଁ ଭିଜିଲାନ୍ସ ପକ୍ଷରୁ ୨୪ଟି ସ୍ୱତନ୍ତ୍ର ଦଳ ଗଠନ କରାଯାଇଛି। ଏହି ଦଳଗୁଡ଼ିକରେ ମୋଟ ୮୧ ଜଣ ଅଧିକାରୀ ନିୟୋଜିତ ହୋଇଥିବା ବେଳେ ସେଥିରେ ଅତିରିକ୍ତ ଏସପି, ଡିଏସପି, ଇନ୍ସପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ ଅଛନ୍ତି। ତଦନ୍ତରୁ ଜଣାପଡ଼ିଛି ଯେ, ରାଜ୍ୟ ଅର୍ଥ କମିଶନ ଡିଭୋଲୁସନ୍ ଅନୁଦାନ (୫ମ ଏସଏଫସି) ଅଧୀନରେ “ପ୍ରତ୍ୟେକ ଗ୍ରାମପଞ୍ଚାୟତର ଗୋଟିଏ ଗ୍ରାମରେ ଟର୍ନକି…
Read Moreପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ଖର୍ଚ୍ଚ ୫ଟି ମନ୍ତ୍ରଣାଳୟର ବଜେଟ୍ ସହ ସମାନ : କଂଗ୍ରେସ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି (ଡିସିସି) ସଭାପତି ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ପର୍ଯ୍ୟବେକ୍ଷକ ପ୍ରକାଶ ମିଶ୍ର ଓ ଯୁବ କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ ସୁଦିପ ସାମଲ ବର୍ତ୍ତମାନର ଶିକ୍ଷା ଓ ନିଯୁକ୍ତି ବ୍ୟବସ୍ଥାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛନ୍ତି। ସେମାନେ କହିଥିଲେ ଯେ, ଗତ ଜୁନ୍ ୧୭ ତାରିଖରେ ରାଜସ୍ଥାନର କୋଟାଠାରେ ଆୟୋଜିତ ‘ଛାତ୍ରୋଁ କି ଗୁଞ୍ଜ’ କାର୍ଯ୍ୟକ୍ରମରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହଜାର ହଜାର ପ୍ରତିଯୋଗିତାମୂଳକ ପରୀକ୍ଷାର ଆଶାୟୀ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। ସେହି ଅବସରରେ ରାହୁଲ ଗାନ୍ଧୀ ଭାରତର ବର୍ତ୍ତମାନ ଶିକ୍ଷା ବ୍ୟବସ୍ଥାକୁ “ଶୋଷଣ କରୁଥିବା ମେସିନ” ବୋଲି ଅଭିହିତ କରିଥିବା ସେମାନେ କହିଥିଲେ। ସାମ୍ବାଦିକ ସମ୍ମିଳନୀରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଦେଶରେ…
Read More