ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସାମ୍ବାଦିକ ଭବନରେ ଆଜି ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଆବାହକତ୍ୱରେ ରୋଟାରୀ କ୍ଲବ ଓ ସାମ୍ବାଦିକ ଭବନ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୈାର ପରିଷଦ ଅଧ୍ୟକ୍ଷ ନିରୂପମା ଖଟେଇ ଉଦଘାଟନ କରିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ । ନୟାଗଡ଼ ରକ୍ତଭଣ୍ଡାର କର୍ମଚାରୀମାନେ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ । କଜଳାଇପଲ୍ଲୀ ମେଡିକାଲ ଅଫିସର ଡା. ଅବିନାଶ ଶତପଥିଙ୍କ ନେତୃତ୍ୱରେ ଅଜୟ କୁମାର ପଟ୍ଟନାୟକ, ପବିତ୍ର ମୋହନ ସାହୁ, ସସ୍ମିତା ଦାଶ,…
Read MoreDay: August 5, 2026
ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଅଚାନକ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ନିରାପତ୍ତା ଓ ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ବ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ରେ ଶିକ୍ଷାର ବିକାଶ କିପରି ଅଧିକ ତ୍ୱରାନ୍ୱିତ ହେବ ସେ ନେଇ ପ୍ରଚେଷ୍ଟା ଜାରି ରଖିଛନ୍ତି ନୂତନ ଭାବେ ଯୋଗ ଦେଇଥିବା ବ୍ଲକ୍ ଶିକ୍ଷା ଅଧିକାରୀ ଡ. ଗିରିଜା ଶଙ୍କର ମହାପାତ୍ର। ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ରାମେଶ୍ବର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ଖାଲମଡା ଏବଂ ଶିମିଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜାକେଡା ଅଚାନକ ପରିଦର୍ଶନ କରିଥିଲେ ବ୍ଲକ୍ ଶିକ୍ଷା ଅଧିକାରୀ। ଶିମିଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ସୁଧିରଞ୍ଜନ ପରିଡ଼ା କିପରି ଶିକ୍ଷାଦାନ କରୁଛନ୍ତି ଛାତ୍ର ଛାତ୍ରୀଙ୍କ ସହ ବସି ଦେଖିଥିଲେ।ଶିକ୍ଷାଦାନ ଶୈଳୀ କୁ ପ୍ରଶଂସା କରିଥିଲେ।ତତ୍ ସହିତ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିବା ସହ ଛାତ୍ରଛାତ୍ରୀ ମାନେ ସୁନ୍ଦର ଭାବେ ହସ୍ତାକ୍ଷର, ପାରାଗ୍ରାଫ୍ ଲେଖିଥିବାର…
Read Moreଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅବସରପ୍ରାପ୍ତ ଇଂରାଜୀ ଅଧ୍ୟାପକ ବାଇଧର ସାହୁଙ୍କ ପରଲୋକ
ଇଟାମାଟି, (ନୟାଗଡ଼ ଦର୍ପଣ): ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅବସରପ୍ରାପ୍ତ ଇଂରାଜୀ ଅଧ୍ୟାପକ ବାଇଧର ସାହୁଙ୍କର ଗତ କାଲି ରାତ୍ର ୯ଟା ସମୟରେ ତାଙ୍କ ନିଜ ବାସଭବନରେ ପରଲୋକ ଘଟିଛି। ଶ୍ରୀ ସାହୁ ଜଣେ ସୁଦକ୍ଷ, ନିଷ୍ଠାବାନ ଓ ଛାତ୍ରବତ୍ସଳ ଶିକ୍ଷକ ଭାବେ ବହୁ ପିଢ଼ିର ଛାତ୍ରଛାତ୍ରୀଙ୍କ ମନରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ। ତାଙ୍କ ବିୟୋଗରେ ଶିକ୍ଷାଜଗତ, ପୂର୍ବତନ ଛାତ୍ରଛାତ୍ରୀ, ସହକର୍ମୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଗଭୀର ଶୋକର ଛାୟା ଖେଳିଯାଇଛି। ପରମପିତା ପରମେଶ୍ୱରଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରୁଛୁ।
Read More