ସୁନାଖଳା ଅଞ୍ଚଳରେ ଯୁଗ୍ମ ଏନ୍‌ଫୋର୍ସମେଣ୍ଟ ଟିମର ଚଢ଼ାଉ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ଜିଲ୍ଲାର ସୁନାଖଳା ଅଞ୍ଚଳର ବିଭିନ୍ନ ସ୍ଥାନରେ ଯୁଗ୍ମ ଏନ୍‌ଫୋର୍ସମେଣ୍ଟ ଟିମଙ୍କ ଦ୍ୱାରା ଚଢ଼ାଉ କରାଯାଇଥିଲା । ଏହି ଚଢ଼ାଉରେ ଖାଦ୍ୟ ସୁରକ୍ଷା ଅଧିକାରୀ, ନୟାଗଡ଼ ଶ୍ରୀ ନବ କିଶୋର ସାହୁ, ଡ୍ରଗ୍ସ ଇନ୍ସପେକ୍ଟର, ଶ୍ରୀ ସନ୍ତୋଷ କୁମାର ପ୍ରଧାନ ଏବଂ ଆସିଷ୍ଟାଣ୍ଟ ମ୍ୟାନେଜର, ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ନୟାଗଡ଼ଙ୍କ ନେତୃତ୍ୱରେ ରଣପୁର ସର୍କଲର ଏକ ଅବକାରୀ ଟିମ୍ ଏବଂ ସୁନାଖଳା ପୋଲିସ ଟିମ୍ ଙ୍କ ସହଯୋଗରେ ଏହି ଅଭିଯାନ ଆରମ୍ଭ କରାଯାଇଥିଲା । ଚଢ଼ାଉ ସମୟରେ ମୋଟ ୨୦ଟି ଦୋକାନ/ବ୍ୟବସାୟିକ ପ୍ରତିଷ୍ଠାନ ଯାଞ୍ଚ କରାଯାଇଥିଲା l ଏହି ଯାଞ୍ଚ ସୁନାଖଳା ଅଞ୍ଚଳର  ବିନୋଦପଡ଼ା, ସୁନାଖଳା ମୁଖ୍ୟ ରାସ୍ତା, ଉପର ବଜାର, ଗୋପୀନାଥପୁର, ମେଡିକାଲ ଛକ ଆଦି ଜାଗାରେ ବିଭିନ୍ନ ହୋଲସେଲର୍ ଦୋକାନ, ହୋଟେଲ, ଫଳ ଦୋକାନ ଓ ଖୁଚୁରା ଦୋକାନ ଆଦିରେ…

Read More

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ):  ସମର୍ପଣ ବୃଦ୍ଧାଶ୍ରମରେ ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। କ୍ଲବ ସଭାପତି ବାସୁଦେବ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ସମର୍ପଣର କାର୍ଯ୍ୟକାରୀ ସଭାପତି ଅରୁଣ ମହାନ୍ତି ସ୍ୱାଗତ ଭାଷଣ ଦେଇଥିଲେ। ସମର୍ପଣର ସମ୍ପାଦକ ଶ୍ରୀଧର ସାହୁ ବରିଷ୍ଠ ନାଗରିକ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଅନ୍ତେବାସୀମାନଙ୍କୁ ଅବଗତ କରାଇଥିଲେ। ରୋଟାରୀ କ୍ଲବ ସମ୍ପାଦକ ଦିଲ୍ଲୀପ ମିଶ୍ର କହିଥିଲେ, “କେବଳ ବରିଷ୍ଠ ନାଗରିକ ଦିବସ ପାଳନ କରିବା ପାଇଁ ଆମେ ଆପଣମାନଙ୍କ ପାଖକୁ ଆସିନାହୁଁ। ଆଗାମୀ ଦିନରେ ଆପଣମାନଙ୍କର ଯେକୌଣସି ସମସ୍ୟାର ସମାଧାନ ପାଇଁ ରୋଟାରୀ କ୍ଲବ ନୟାଗଡ଼ର ସମସ୍ତ ସଦସ୍ୟଙ୍କ ସହଯୋଗର ବାର୍ତ୍ତା ନେଇ ଆସିଛୁ।” କ୍ଲବ ସଦସ୍ୟ ଆଡଭୋକେଟ୍ ଦେବାଶିଷ ପଟ୍ଟନାୟକ ବରିଷ୍ଠ ନାଗରିକମାନଙ୍କ ଆଇନଗତ ଅଧିକାର ଓ ସେମାନଙ୍କ ପାଇଁ ଥିବା ବିଭିନ୍ନ ଆଇନଗତ ବ୍ୟବସ୍ଥା ସମ୍ପର୍କରେ…

Read More

ସ୍ୱାୟତ୍ତ ଶାସନ ଦିବସ ପାଇଁ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା

ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ନୟାଗଡ଼ ମୁନିସିପାଲିଟି ପକ୍ଷରୁ ଏନ୍‌.ଏ.ସି. ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ମୁନିସିପାଲିଟି ଅଧୀନରେ ଥିବା ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀ ଏଥିରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ବକ୍ତୃତା, ସାଧାରଣ ଜ୍ଞାନ, ଚିତ୍ରାଙ୍କନ, ଦେଶାତ୍ମବୋଧକ ସଙ୍ଗୀତ ଓ ନୃତ୍ୟ ଆଦି ବିଭିନ୍ନ ବିଭାଗରେ ମୋଟ ୧୨୧ ଜଣ ପ୍ରତିଯୋଗୀ ନିଜ ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ। ଛାତ୍ରଛାତ୍ରୀଙ୍କ ଉତ୍ସାହ ଓ ପ୍ରତିଭା ପ୍ରଦର୍ଶନରେ ପ୍ରତିଯୋଗିତାସ୍ଥଳୀ ଉତ୍ସବମୁଖର ହୋଇଉଠିଥିଲା।ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ଆସନ୍ତା ସ୍ୱାୟତ୍ତ ଶାସନ ଦିବସ ଅବସରରେ ପଠାଣି ସାମନ୍ତ ସଂସ୍କୃତି ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର ଉତ୍ସବରେ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯିବ। କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା…

Read More