ଷଷ୍ଠ ଜିଲ୍ଲା ପରିଷଦ ନୟାଗଡ଼ର ଦ୍ୱାଦଶ ସାଧାରଣ ଅଧିବେଶନ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ଘ.୧୦.୩୦ମି. ସମୟରେ ଷଷ୍ଠ ଜିଲ୍ଲା ପରିଷଦର ଦ୍ୱାଦଶ ସାଧାରଣ ଅଧିବେଶନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଖଣ୍ଡପଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ଦୁଷ୍ମନ୍ତ କୁମାର ସ୍ୱାଇଁ, ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲାପାଳ ମଧୁମିତା ରଥ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ, ଉପାଧ୍ୟକ୍ଷା, ଜିଲ୍ଲା ପରିଷଦ ବିଷ୍ନୁପ୍ରିୟା ବେହେରା, ସହକାରୀ ପ୍ରକଳ୍ପ ନିର୍ଦେଶକ ଜିତେନ୍ଦ୍ର କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ ।  ବୈଠକର ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀମତୀ ରଥ ଉପସ୍ଥିତ ଥିବା ସମସ୍ତ ଜନ ପ୍ରତିନିଧି, ସରକାରୀ ଅଧିକାରୀ…

Read More