ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍କୁଲରେ ଶିକ୍ଷକ ଅଭାବ ସମେତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଓଡ଼ଗାଁ ବ୍ଲକ୍ ମଗରବନ୍ଧ ପଞ୍ଚାୟତର ବାଲିତଇଲା ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଘଟଣା ସମ୍ପର୍କରେ ଅବଗତ ହେବା ପରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ତୁରନ୍ତ ଧାରଣାସ୍ଥଳରେ ପହଞ୍ଚିଥିଲେ। ସେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ ଦାବି ସମ୍ପର୍କରେ ଅବଗତ ହୋଇଥିଲେ। ଏହାପରେ ଇଂ. ପଟ୍ଟନାୟକ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ସହ ଆଲୋଚନା କରି ସମସ୍ୟାର ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ନେଇଥିଲେ। ପରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପାଣ୍ଡେ ମଧ୍ୟ ଧାରଣାସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ପରେ ବିଦ୍ୟାଳୟର…
Read MoreDay: September 11, 2026
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ
୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା ନୟାଗଡ଼, (ନୟାଗଡ଼ ଦର୍ପଣ): ଛାତ୍ରଛାତ୍ରୀଙ୍କ ମନରେ ବିଜ୍ଞାନ ପ୍ରତି ଆଗ୍ରହ, ଅନୁସନ୍ଧାନମନସ୍କତା ଓ ସୃଜନଶୀଳ ଚିନ୍ତାଧାରାକୁ ଉଜ୍ଜୀବିତ କରିବା ଲକ୍ଷ୍ୟରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ବିହାରସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ୟାଳୟର ବାର୍ଷିକ ବିଜ୍ଞାନମେଳା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ବିଜ୍ଞାନମେଳାରେ ୧୨୦ଟି ବିଜ୍ଞାନଭିତ୍ତିକ ପ୍ରକଳ୍ପ ସ୍ଥାନ ପାଇଥିବା ବେଳେ ୪୦ଜଣ ପୂର୍ବ ପ୍ରାଥମିକ କୁନି କୁନି ଶିଶୁ ମାନଙ୍କର କଣ୍ଢେଇ ମେଳା ସ୍ଥାନ ପାଇଥିଲା। କୁନି କୁନି ଶିଶୁ ବୈଜ୍ଞାନିକଙ୍କ ସୃଜନଶୀଳତା ଓ ପ୍ରତିଭା ଉପସ୍ଥିତ ଅଭିଭାବକ ଓ ଅତିଥିମାନଙ୍କୁ ବେଶ୍ ପ୍ରଭାବିତ କରିଥିଲା। ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ତଥା ସମାଜସେବୀ ଶ୍ରୀଧର ସାହୁଙ୍କ ପୌରହିତ୍ୟରେ ଏହି ବିଜ୍ଞାନମେଳା ଆୟୋଜିତ ହୋଇଥିଲା। ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ତଥା ବିଜ୍ଞାନମେଳା…
Read Moreନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ
ମଗରବନ୍ଧ ବାଲିସାହି ପ୍ରାଥମିକ ବିଦ୍ୟାଳୟ ନଗ୍ନ ଦୃଷ୍ଟାନ୍ତ : କଂଗ୍ରେସ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରିଛି ଜିଲ୍ଲା କଂଗ୍ରେସ। ଶିକ୍ଷକ ନିଯୁକ୍ତି ଦାବିରେ ଓଡ଼ଗାଁ ବ୍ଲକ ମଗରବନ୍ଧ ପଞ୍ଚାୟତ ବାଲିସାହି ପ୍ରାଥମିକ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀ ନିଜ ପିତାମାତାଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେବା ଘଟଣାକୁ ନେଇ କଂଗ୍ରେସ ଚିନ୍ତା ପ୍ରକଟ କରିଛି। ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀମାନେ ‘ଆମକୁ ଶିକ୍ଷକ ଦିଅ, ଆମେ ପାଠ ପଢ଼ିବୁ’ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେବା ଘଟଣା ଜିଲ୍ଲାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନଚିହ୍ନ ଲଗାଇଛି ବୋଲି ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ କହିଛନ୍ତି। ଆଗାମୀ ଦିନରେ ଏଭଳି ଦୁର୍ଭାଗ୍ୟଜନକ ଘଟଣାର ପୁନରାବୃତ୍ତି ଯେପରି ନହୁଏ,…
Read Moreନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ
ଶିକ୍ଷଣ ସୋପାନରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଶିକ୍ଷକ-ଶିକ୍ଷୟତ୍ରୀ ସମ୍ବର୍ଦ୍ଧିତ ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ବ୍ଲକ ଅନ୍ତର୍ଗତ ନରସିଂହପୁର କ୍ଲଷ୍ଟରର ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ବ୍ରଜବଲ୍ଲଭପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ତ୍ୱାବଧାନରେ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିନୋଦିନୀ କୁଣ୍ଡଙ୍କ ସହଯୋଗରେ ଆୟୋଜିତ ଏହି ବୈଠକରେ କ୍ଲଷ୍ଟର ଅଧୀନସ୍ଥ ବିଦ୍ୟାଳୟଗୁଡ଼ିକର ଶିକ୍ଷାଦାନ, ଶିକ୍ଷଣ ଫଳାଫଳ ଓ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୈଠକକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ସେ ବୈଠକର ବିଭିନ୍ନ ବିଷୟବସ୍ତୁ ସହିତ ୟୁଡାଇସ୍, ଉଲ୍ଲାସ, ସ୍ୱଚ୍ଛତା କାର୍ଯ୍ୟକ୍ରମ ଆଦିର ସଠିକ୍ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ସରକାରୀ ନିର୍ଦ୍ଦେଶନାମାକୁ ଗୁରୁତ୍ୱର ସହ ଗ୍ରହଣ କରି ସମୟାନୁସାରେ…
Read Moreନୟାଗଡ଼ର ନୂତନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ନେଲେ ପ୍ରଦୀପ୍ତ କୁମାର ସେନାପତି
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ଆଜି ନୂତନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ଅବସରରେ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ପକ୍ଷରୁ ଶ୍ରୀ ସେନାପତିଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏହି ଅବସରରେ କାର୍ଯ୍ୟାଳୟର କର୍ମଚାରୀମାନେ ତାଙ୍କର ନୂତନ ଦାୟିତ୍ୱର ସଫଳତା କାମନା କରିଥିଲେ। ସୂଚନାଯୋଗ୍ୟ, ନୟାଗଡ଼ରେ ଦାୟିତ୍ୱ ଗ୍ରହଣ ପୂର୍ବରୁ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ।
Read More