ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ଦାସିଆ ଅଜା ସ୍ମୃତି କମିଟି  ତରଫରୁ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଦାସିଆ ଅଜା ଅମର ରହେ,ଦାସିଆ ଅଜା ଆମ ପ୍ରଣାମ ଘେନ ଆଦି ସ୍ଲୋଗାନରେ ସ୍ଥାନୀୟ ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା । ସ୍ମୃତି କମିଟି ଅଧ୍ୟକ୍ଷ ସମାଜେସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ମଧୁମିତା ରଥ ,ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁମିତ୍ରା ଭୂୟାଁ,କମ୍ରେଡ ବିଶ୍ୱନାଥ ମହାପାତ୍ର,ସମାଜସେବୀ…

Read More

ଦାସିଆ ଅଜାଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି

ନୟାଗଡ଼,(ନୟାଗଡ଼ ଦର୍ପଣ): ପୂଜ୍ୟପୂଜା କମିଟି ନୟାଗଡ଼ ତରଫରୁ ପାଠାଗାର ଆନ୍ଦୋଳନର ଆଗଧାଡିର ନାୟକ ପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଦିପ ଧୁପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂଜ୍ୟପୂଜା କମିଟି ର ବରିଷ୍ଠ ସଦସ୍ୟ ତଥା ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନା ରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ସଭା ରେ ଭାରତ ବିକାଶ ପରିଷଦର ସଭାପତି ଶ୍ରୀ ପ୍ରଶନ୍ନ କୁମାର ବସନ୍ତିଆ, ରୋଟାରୀ କ୍ଲବ ସଭାପତି ବାସୁଦେବ ସାହୁ, ନୟାଗଡ଼ କ୍ଲବ୍ ସଂପାଦକ ଶ୍ରୀଧର ସାହୁ, ସିଭିଲ ସୋସାଇଟ ସଦସ୍ୟ, ରୋଟାରିଆନ ଜି ରଶ୍ମିରାଜ, ପୂର୍ବତନ ବିଇଓ ନିମାଇଁ ସାରଙ୍କ ସମେତ ଅନେକ ଦାସିଆ ଅଜା ପ୍ରେମୀ ଉପସ୍ଥିତ ଥିଲେ । ଶ୍ରୀ ରାମକୃଷ୍ଣ ଆଦର୍ଶ…

Read More