ଶିକ୍ଷାର୍ଥୀ ଚିହ୍ନଟଠାରୁ ପରୀକ୍ଷା ପରବର୍ତ୍ତୀ ମାର୍କ ପ୍ରବେଶ ପର୍ଯ୍ୟନ୍ତ ଦିଆଗଲା ତାଲିମ ରଣପୁର,(ନୟାଗଡ଼ ଦର୍ପଣ): ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’ କୁ ଆହୁରି ସୁଦୃଢ଼ ଓ ସଫଳ କରିବା ଉଦ୍ଦେଶ୍ୟରେ ରଣପୁର ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଗୋପାଳପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନ ଓ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ଉଦ୍ଘାଟନୀ ଅବସରରେ ଅଧିକାରୀଦ୍ୱୟ ଉଲ୍ଲାସ କାର୍ଯ୍ୟକ୍ରମର ଲକ୍ଷ୍ୟ, ଉଦ୍ଦେଶ୍ୟ ଓ ଗ୍ରାମୀଣ ଅଞ୍ଚଳରେ ନିରକ୍ଷର ବୟସ୍କ ଶିକ୍ଷାର୍ଥୀଙ୍କୁ ସାକ୍ଷର କରିବାରେ ଏହାର ଭୂମିକା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ତାଲିମ ଶିବିରରେ ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା ଓ ବିଶ୍ୱମୋହନ ବେହେରା…
Read MoreDay: September 12, 2026
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ
ଶୋଭାଯାତ୍ରା, ଘୋଡ଼ାନାଚ ଓ ଲୋକନୃତ୍ୟରେ ଗାଁ ଗାଁରେ ପହଞ୍ଚିଲା ସାକ୍ଷରତାର ବାର୍ତ୍ତା ରଣପୁର,(ନୟାଗଡ଼ ଦର୍ପଣ): ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମକୁ ଜନଆନ୍ଦୋଳନର ରୂପ ଦେବା ଲକ୍ଷ୍ୟରେ ରଣପୁର ବ୍ଲକ ମହତପଲ୍ଲା ବିଦ୍ୟାଳୟ ପକ୍ଷରୁ ଏକ ଆକର୍ଷଣୀୟ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକଙ୍କ ସକ୍ରିୟ ଅଂଶଗ୍ରହଣରେ ସମଗ୍ର ଅଞ୍ଚଳରେ ସାକ୍ଷରତାର ବାର୍ତ୍ତା ପ୍ରଚାର କରାଯାଇଥିଲା। କାର୍ଯ୍ୟକ୍ରମର ଅଂଶ ଭାବେ ମହତପଲ୍ଲା ଗ୍ରାମରେ ଏକ ବିଶାଳ ସଚେତନତା ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀମାନେ ବିଭିନ୍ନ ପ୍ଲାକାର୍ଡ ଧରି ସାକ୍ଷରତା ସମ୍ପର୍କିତ ସ୍ଲୋଗାନ ଦେଇ ଗ୍ରାମବାସୀଙ୍କୁ ସଚେତନ କରିଥିଲେ। ‘ପଢ଼ିବା, ଶିଖିବା ଓ ଆଗକୁ ବଢ଼ିବା’ ଭଳି ବାର୍ତ୍ତା ମାଧ୍ୟମରେ ନିରକ୍ଷରତା ଦୂରୀକରଣ ସହ ସମସ୍ତଙ୍କୁ ଶିକ୍ଷାର ମୁଖ୍ୟଧାରାରେ ସାମିଲ ହେବା ପାଇଁ ଆହ୍ୱାନ ଦିଆଯାଇଥିଲା। ଶୋଭାଯାତ୍ରା ପରେ ଘୋଡ଼ାନାଚ…
Read Moreଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା
ପ୍ରକଳ୍ପରେ ଝଲସିଲେ ପ୍ରତିଭା, ବିଜ୍ଞାନମୟ ହେଲା ବିଦ୍ୟାଳୟ ପରିସର ନୟାଗଡ଼,(ନୟାଗଡ଼ ଦର୍ପଣ): ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତନ, ସୃଜନଶୀଳତା, ଗବେଷଣାମନସ୍କତା ଓ ପରୀକ୍ଷଣ ଦକ୍ଷତାର ବିକାଶ ଲକ୍ଷ୍ୟରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା ପକ୍ଷରୁ ନୟାଗଡ଼ ହାଉସିଂ ବୋର୍ଡ ନିକଟସ୍ଥ ରାମକୃଷ୍ଣ ବିହାରସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ତଥା ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ନୟାଗଡ଼ ଜିଲ୍ଲା ପ୍ରମୁଖ ସମାଜସେବୀ ଶ୍ରୀଧର ସାହୁଙ୍କ ପୌରହିତ୍ୟରେ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ଯାଳୟର ବିଜ୍ଞାନ ଗୁରୁଜୀ ପବିତ୍ର ସାହୁ ଓ ଦେବଦତ୍ତ ବିଶ୍ୱାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ବିଜ୍ଞାନ ମେଳାରେ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରଛାତ୍ରୀମାନେ ଯୋଗଦେଇ ପରିବେଶ ସୁରକ୍ଷା, ଜଳ ସଂରକ୍ଷଣ, ଶକ୍ତି ସଞ୍ଚୟ, ବର୍ଜ୍ୟବସ୍ତୁ ପରିଚାଳନା, କୃଷି, ସ୍ୱାସ୍ଥ୍ୟ ଓ ଆଧୁନିକ ପ୍ରଯୁକ୍ତି ଆଦି ବିଷୟକୁ ନେଇ…
Read Moreବିଦ୍ୟାଳୟ ରେ ପାଳିତ ହେଲା ଦାସିଆ ଅଜାଙ୍କ ଶ୍ରାଦ୍ଧ ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ ଇଟାମାଟି ରେ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା, ବିଶିଷ୍ଟ ସଂଗ୍ରାହକ, ସାରସ୍ୱତ ସାଧକ ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ମହାପାତ୍ରଙ୍କ ସଭାପତିତ୍ବରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ଚାରଣ ସଭା ରେ ସଂଯୋଜନା କରିଥିଲେ ଶିକ୍ଷୟିତ୍ରୀ ଚିନ୍ମୟୀ ନାୟକ। କାର୍ଯ୍ୟକ୍ରମ ଆରମ୍ଭ ରୁ ସଂସ୍କୃତ ଶିକ୍ଷକ ଶ୍ରୀହର୍ଷ ମହାପାତ୍ର ବେଦମନ୍ତ୍ର ପାଠ କରିଥିବା ବେଳେ ଶିକ୍ଷକ କିଶୋର ଚନ୍ଦ୍ର ପଣ୍ଡା,ଶରତ ଚନ୍ଦ୍ର ଆଚାର୍ଯ୍ୟ,ଶିକ୍ଷୟିତ୍ରୀ ହରପ୍ରିୟା ଦ୍ୱିବେଦୀ, ପ୍ରମୁଖ ଦାସିଆ ଅଜାଙ୍କ ତ୍ୟାଗ, ନିଷ୍ଠା, ସମର୍ପଣ ସହ ତାଙ୍କ ଜୀବନର କୃତି ଓ କିର୍ତ୍ତୀ ବିଷୟରେ ଆଲୋଚନା କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦାସିଆ ଅଜାଙ୍କ ଜୀବନୀ ଉପରେ ବକ୍ତବ୍ୟ ପ୍ରଦାନ…
Read Moreଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ଦାସିଆ ଅଜା ସ୍ମୃତି କମିଟି ତରଫରୁ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଦାସିଆ ଅଜା ଅମର ରହେ,ଦାସିଆ ଅଜା ଆମ ପ୍ରଣାମ ଘେନ ଆଦି ସ୍ଲୋଗାନରେ ସ୍ଥାନୀୟ ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା । ସ୍ମୃତି କମିଟି ଅଧ୍ୟକ୍ଷ ସମାଜେସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ମଧୁମିତା ରଥ ,ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁମିତ୍ରା ଭୂୟାଁ,କମ୍ରେଡ ବିଶ୍ୱନାଥ ମହାପାତ୍ର,ସମାଜସେବୀ…
Read Moreଦାସିଆ ଅଜାଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି
ନୟାଗଡ଼,(ନୟାଗଡ଼ ଦର୍ପଣ): ପୂଜ୍ୟପୂଜା କମିଟି ନୟାଗଡ଼ ତରଫରୁ ପାଠାଗାର ଆନ୍ଦୋଳନର ଆଗଧାଡିର ନାୟକ ପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଦିପ ଧୁପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂଜ୍ୟପୂଜା କମିଟି ର ବରିଷ୍ଠ ସଦସ୍ୟ ତଥା ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନା ରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ସଭା ରେ ଭାରତ ବିକାଶ ପରିଷଦର ସଭାପତି ଶ୍ରୀ ପ୍ରଶନ୍ନ କୁମାର ବସନ୍ତିଆ, ରୋଟାରୀ କ୍ଲବ ସଭାପତି ବାସୁଦେବ ସାହୁ, ନୟାଗଡ଼ କ୍ଲବ୍ ସଂପାଦକ ଶ୍ରୀଧର ସାହୁ, ସିଭିଲ ସୋସାଇଟ ସଦସ୍ୟ, ରୋଟାରିଆନ ଜି ରଶ୍ମିରାଜ, ପୂର୍ବତନ ବିଇଓ ନିମାଇଁ ସାରଙ୍କ ସମେତ ଅନେକ ଦାସିଆ ଅଜା ପ୍ରେମୀ ଉପସ୍ଥିତ ଥିଲେ । ଶ୍ରୀ ରାମକୃଷ୍ଣ ଆଦର୍ଶ…
Read More