ନୟାଗଡ଼ ପୌର ପରିଷଦ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

୧୪୨ ଜଣ ସଫେଇ କର୍ମଚାରୀ ଓ ପରିବାର ସଦସ୍ୟ ସାମିଲ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୌର ପରିଷଦ ପକ୍ଷରୁ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଏକ ମେଗା ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୧୪୨ ଜଣ ସଫେଇ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟ ଯୋଗଦେଇ ବିଭିନ୍ନ ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିଲେ। ଏହା ମାଧ୍ୟମରେ ସଫେଇ କର୍ମଚାରୀମାନେ ନିଜ ସ୍ୱାସ୍ଥ୍ୟ ପ୍ରତି ଅଧିକ ସଚେତନ ହୋଇଥିଲେ। ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ। ପୌରାଧ୍ୟକ୍ଷା ନିରୂପମା ଖଟେଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡା. ସନ୍ତୋଷ କୁମାର ଭୁଜବଳ ଓ ଡା. ଅଭିପ୍ସା ପଟ୍ଟନାୟକ ଯୋଗଦେଇ ସଫେଇ କର୍ମଚାରୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ମୁଖ୍ୟ…

Read More