ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାମଗ୍ରିକ ବିକାଶ ଓ ପ୍ରଗତି ପାଇଁ ଏକ ସକାରାତ୍ମକ ପ୍ରୟାସ ଆରମ୍ଭ କରିଛି ଜିଲ୍ଲା ସାମ୍ବାଦିକ ସଂଘ। ସ୍ଥାନୀୟ କେସି କ୍ଳବ ସଭାଗୃହଠାରେ ସଂଘ ପକ୍ଷରୁ ‘ମୋ ସ୍ୱପ୍ନର ନୟାଗଡ଼’ ଶୀର୍ଷକ ଏକ ବୁଦ୍ଧିଜୀବୀ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିବା ପରିପ୍ରେକ୍ଷୀରେ ମେଡିକାଲ କଲେଜ ସ୍ଥାପନ ଜୋର ଧରିଛି। ଏଥିରେ ଜିଲ୍ଲାର ବିଭିନ୍ନ ବର୍ଗର ଜନସାଧାରଣ ଓ ବିଶିଷ୍ଟ ବ୍ୟକ୍ତିମାନେ ସାମିଲ ହୋଇ ସରଗରମ ଆଲୋଚନାରେ ଭାଗ ନେବା ସହିତ ଜିଲ୍ଲାର ଅଭିବୃଦ୍ଧି ପାଇଁ ନିଜ ନିଜର ମୂଲ୍ୟବାନ ମତାମତ ଉପସ୍ଥାପନ କରିଥିଲେ।ଆଲୋଚନା ସମୟରେ ଉପସ୍ଥିତ ବ୍ୟକ୍ତିମାନେ ନୟାଗଡ଼ ଜିଲ୍ଲାର ପ୍ରମୁଖ ସମସ୍ୟା ସହିତ ମେଡିକାଲ କଲେଜ ସ୍ଥାପନ ଦାବି ଉପରେ ସରଗରମ ଆଲୋଚନା ହୋଇଥିଲା। ଅନ୍ୟାନ୍ୟ ଆଲୋଚନା ମଧ୍ୟରେ ପିଇବା ପାଣି, ସ୍ୱାସ୍ଥ୍ୟ, କୃଷି, ଶିକ୍ଷା, ଶିଳ୍ପ, ଜଳସେଚନ ଓ…
Read More