ଇଟାମାଟି,(ନୟାଗଡ଼ ଦର୍ପଣ): ଶିଶୁଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ଓ ସେମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଇଟାମାଟିସ୍ଥିତ ‘ଗିଭ୍ ବ୍ଲଡ୍ ସେଭ୍ ଲାଇଫ୍’ ପକ୍ଷରୁ IMMS କଲେଜ, ଜ୍ୟୋତିବିହାର, ଇଟାମାଟିର ସହଯୋଗରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଚିତ୍ରାଙ୍କନ, ସୁନ୍ଦର ହସ୍ତାକ୍ଷର ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବିଚାରକ ଭାବେ ଡ. ସୁକାନ୍ତି ମହାନ୍ତି, ଡ. ହରିବନ୍ଧୁ ଦାଶ, ବିମ୍ବାଧର ସାଥୁଆ, ମୀନକେତନ ଷଡ଼ଙ୍ଗୀ, ଉମାକାନ୍ତ ଦାଶ ଓ ମହେଶ ଚନ୍ଦ୍ର ଜୟସିଂ ଦାୟିତ୍ୱ ତୁଲାଇଥିଲେ। ପ୍ରବନ୍ଧ ପ୍ରତିଯୋଗିତାରେ ସମୀକ୍ଷା ପୃଷ୍ଟି, ବିଷ୍ଣୁପ୍ରିୟା ପ୍ରଧାନ ଓ ସୌମ୍ୟା ସାହୁ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିଲେ। ସେହିପରି ହସ୍ତାକ୍ଷର ପ୍ରତିଯୋଗିତାରେ ସୁଶ୍ରୀ ସଙ୍ଗୀତା ପ୍ରଧାନ,…
Read MoreDay: November 15, 2026
ପିଏମଶ୍ରୀ ଏନଏସି ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା ଅନୁଷ୍ଠିତ: ୪୬ଟି ପ୍ରକଳ୍ପ ପ୍ରଦର୍ଶିତ
ନୟାଗଡ଼,(ନୟାଗଡ଼ ଦର୍ପଣ): :ଛାତ୍ରଛାତ୍ରୀମାନଙ୍କ ଭିତରେ ଲୁଚି ରହିଥିବା ବୈଜ୍ଞାନିକ ପ୍ରତିଭା ଏବଂ ସୃଜନଶୀଳତାକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ସ୍ଥାନୀୟ ପିଏମଶ୍ରୀ ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଆଲୁମନି କମିଟିର ସଭାପତି ଲକ୍ଷ୍ମୀଧର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବିଜ୍ଞାନ ମେଳାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଏହି ପ୍ରଦର୍ଶନୀରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମୋଟ ୪୬ଟି ସୃଜନଶୀଳ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସେଗୁଡ଼ିକ ମଧ୍ୟରୁ ଜୁନିଅର ବିଭାଗରୁ ୩୨ଟି ପ୍ରକଳ୍ପ ଏବଂ ସିନିଅର ବିଭାଗରୁ ୧୪ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ପ୍ରକଳ୍ପଗୁଡ଼ିକର ମୂଲ୍ୟାୟନ ପାଇଁ ବରିଷ୍ଠ ବିଜ୍ଞାନ ଶିକ୍ଷକ ମାନସ ରଞ୍ଜନ ଷଡ଼ଙ୍ଗୀ ଏବଂ ରାଜେଶ୍ୱରୀ ବେହେରା ବିଚାରକ ଭାବେ ଦାୟିତ୍ୱ ତୁଲାଇଥିଲେ।ପରେ ବିଦ୍ୟାଳୟ ସଭାଗୃହରେ ସାଧାରଣ ସଭା ତଥା ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର…
Read Moreନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା, ପୁସ୍ତକ ମେଳା ଓ କୃଷି ଯନ୍ତ୍ରପାତି ମେଳା -୨୦୨୬ ଆୟୋଜନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା, ପୁସ୍ତକ ମେଳା ଓ କୃଷି ଯନ୍ତ୍ରପାତି ମେଳା- ୨୦୨୬ର ସଫଳ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରସ୍ଥିତ ସୃଜନ ସମ୍ମିଳନୀ କକ୍ଷରେ ଅପରାହ୍ନ ୪ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଅଧ୍ୟକ୍ଷ ଜିଲ୍ଲା ପରିଷଦ ଇଂ ଦେବାଶିଷ ପଟ୍ଟନାୟକ, ପୌରାଧ୍ୟକ୍ଷା ନିରୁପମା ଖଟେଇ, ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିଜୟାନନ୍ଦ ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଏବଂ ଉପ ଜିଲ୍ଲାପାଳ କିଶୋର କୁମାର…
Read More