ନୟାଗଡ଼ ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରୀ କମିଟି ବୈଠକ

ଦଳୀୟ ଶୃଙ୍ଖଳା ଓ ସାଙ୍ଗଠନିକ ସୁଦୃଢ଼ତା ଉପରେ ଗୁରୁତ୍ୱ; ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ପରିବର୍ଦ୍ଧିତ କାର୍ଯ୍ୟକାରୀ କମିଟି ବୈଠକ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଡିସିସି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପିସିସି ଉପସଭାପତି ତଥା ନୟାଗଡ଼ ଜିଲ୍ଲା ପ୍ରଭାରୀ ମାନସ ଚୌଧୁରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦଳର ସାଙ୍ଗଠନିକ ସ୍ଥିତି ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରିଥିଲେ।ଜିଲ୍ଲାରେ କଂଗ୍ରେସ ସଂଗଠନକୁ ତୃଣମୂଳ ସ୍ତରରୁ ଅଧିକ ମଜବୁତ କରିବା, ନେତାମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା, କର୍ମୀମାନଙ୍କୁ ସାଙ୍ଗଠନିକ କାର୍ଯ୍ୟରେ ସକ୍ରିୟ କରିବା ଏବଂ ଦଳୀୟ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଢଙ୍ଗରେ ପରିଚାଳନା କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।ଏହି ଅବସରରେ ଜିଲ୍ଲା ପ୍ରଭାରୀ ମାନସ ଚୌଧୁରୀ ଦଳୀୟ…

Read More