କାଳବୈଶାଖୀ ଉଡ଼ାଇନେଲା ଛପର

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବ୍ଲକ ବାଣୀଗୋଛା ଥାନା ଅନ୍ତର୍ଗତ ନେଫାରୀ ଗାଁରେ ତାଣ୍ଡବ ରଚିଛି କାଳବୈଶାଖୀ। କାଳବୈଶାଖୀର ତାଣ୍ଡବ ଯୋଗୁଁ ନେଫାରୀ ଗ୍ରାମର ଗରିବ ଆଦିବାସୀ ମହିଳା ସୁମିତ୍ରା କହଁରଙ୍କ ଝାଟିମାଟି ଆଜବେଷ୍ଟ ଘରଟି ସଂପୂର୍ଣ୍ଣ ଭାବେ ମାଟିରେ ମିଶିଯାଇଛି । ତା ସାଙ୍ଗକୁ ଲଗାଣ ବର୍ଷା ଯୋଗୁଁ ଦୁଇ ଦୁଇଟି କୁନିଛୁଆଙ୍କୁ ଧରି ଅସହାୟ ଅବସ୍ଥାରେ ଘର କଣରେ ପଡ଼ି ରହିଛନ୍ତି ସୁମିତ୍ରା । ଏହି ଝଡ଼ବର୍ଷା ଯୋଗୁଁ ତାଙ୍କର ଗଚ୍ଛିତ ଥିବା ସମସ୍ତ ଖାଦ୍ୟଦ୍ରବ୍ୟ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ସଂପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବା ସେ ଅଭିଯୋଗ କରିଛନ୍ତି। ସ୍ଥାନୀୟ ପ୍ରଶାସନ ସୁମିତ୍ରାଙ୍କ ପାଖରେ ବର୍ତମାନ ସୁଦ୍ଧା ପହଞ୍ଚି ନଥିବା ଜଣାପଡ଼ିଛି । ତତସହିତ ସେହିଗ୍ରାମର ବଳଭଦ୍ର ନାୟକ, ରଇବାରୀ ଦେଇ, ମନ୍ଦୋଦରୀ ନାୟକଙ୍କ ଘର ମଧ୍ୟ କାଳବୈଶାଖୀ ଦ୍ଵାରା ପ୍ରଭାବିତ ହୋଇଛି। ତୁରନ୍ତ ଏମାନଙ୍କ ନିକଟରେ ପ୍ରଶାସନ ପହଂଚି ସାହାଯ୍ୟ କରିବା ପାଇଁ କ୍ଷତିଗ୍ରସ୍ତମାନେ ଦାବି କରିଛନ୍ତି ।

Related posts