ଆନ୍ତର୍ଜାତୀକ ନିଶା ସେବନ ଓ ଅବୈଧ ଚାଲାଣ ବିରୋଧୀ ଦିବସ ପାଳିତ

ନୟାଗଡ,(ନୟାଗଡ଼ ଦର୍ପଣ): ମାଦକ ଦ୍ରବ୍ୟ ଅପବ୍ୟବହାର ଓ ଏହାର ଅବୈଧ ଚାଲାଣ ଉପରେ ନୟାଗଡ଼ରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରେ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭ ଉଦଘାଟନ କରିଥିବା ବେଳେ ଏହି ରାଲି ବଜାର ସହ ମୁଖ୍ୟ ଟ୍ରାଫିକ ଛକ ପର୍ଯ୍ୟନ୍ତ ସଚେତନତା ରାଲି ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଏହି ଦିବସ ପାଳନର ଉଦ୍ଦେଶ୍ୟ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପସ୍ଥିତ ଅତିଥିମାନେ ନିଶା ସେବନ ଦ୍ୱାରା କେବଳ ଯେ ସେବନକାରୀ ତଳିତଳାନ୍ତ ହୁଏ ତା ନୁହେଁ, ତାର ପରିବାର ମଧ୍ୟ ଆର୍ଥିକ ଓ ମାନସିକ ଦୁର୍ଗତି ର ଶିକାର ହୁଅନ୍ତି। ସମାଜ ଉପରେ ମଧ୍ୟ ପ୍ରଭାବ ପଡେ। ଯାହା ସେବନ କଲେ ମନୁଷ୍ୟ ର ଶରୀର, ମନ ଓ ଚିନ୍ତା ଧାରା ରେ ପରବର୍ତନ ହୁଏ, ତାକୁ ନିଶା ଔଷଧ କୁହାଯାଏ ବକ୍ତବ୍ୟ ରଖିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ସ୍ୱଧାଦେବ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲା ଅବକାରୀ ଅଧିକାରୀ କରୁଣା ଶଙ୍କର ତିୱାରୀ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ମଞ୍ଚାସୀନ ଥିଲେ।

Related posts