ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣକୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରଛାତ୍ରୀ ଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି।ଏହି ପରିଭ୍ରମଣ ରେ ବନାରାୟଣ ଉଚ୍ଚ ବିଦ୍ୟାଳୟ(ହବ୍ ସ୍କୁଲ) ର ନବମ ବଓ ଦଶମ ଶ୍ରେଣୀର ୬୦ ଶିକ୍ଷାର୍ଥୀ ଏବଂ( ସ୍ପୋକ ସ୍କୁଲ)ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣ କୁଳ ର ୧୮ଜଣ ଶିକ୍ଷାର୍ଥୀ ସାମିଲ ହୋଇଛନ୍ତି।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ କାଞ୍ଚନ ଷଡ଼ଙ୍ଗୀ ଙ୍କ ତତ୍ୱାବଧାନ ରେ ଦୁଇଟି ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଓଡ଼ଗାଁ ସ୍ଥିତ ଅମନ ଟେକ୍ସଟାଇଲ କୁ ପରିଭ୍ରମଣ କରିଥିଲେ।ପ୍ରତିଷ୍ଠାତା ଶ୍ରୀମତୀ ମିନତୀ ସାହୁ ଏବଂ ନାରାୟଣ ଉଚ୍ଚ ହଁବିଦ୍ୟାଳୟ ର ପରିଧାନ ବିଭାଗ ର ପ୍ରଶିକ୍ଷିକା ଶ୍ରୀମତୀ ରୋଜାଲିନ ମିଶ୍ର ଙ୍କ ସହାୟତା ରେ ବିଭିନ୍ନ ପ୍ରକାର ସିଲେଇ ମେସିନ ର ପରିଚାଳନା ଏବଂ ଟେକ୍ସଟାଇଲ ଇଣ୍ଡଷ୍ଟ୍ରି ରେ କିପରି ସୁଚାରୁ ରୁପେ କାର୍ଯ୍ୟ ସମ୍ପାଦନ କରାଯିବ ସେ ବିଷୟରେ ଶିକ୍ଷାର୍ଥୀ ଙ୍କୁ ଶିକ୍ଷା ଦେଇଥିଲେ।ଏହି ପରିଭ୍ରମଣ ରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶ୍ରୀରଶ୍ମିରଞ୍ଜନ ମିଶ୍ର ,ଦାମୋଦର ସାହୁ, ପ୍ରଶାନ୍ତ ଦାସ, ଜନାର୍ଦ୍ଦନ ପରିଡ଼ା,ପ୍ରଜ୍ଞା ପାରମିତା ସାହୁ,ସୁନୀତା ସାହୁ,ଗୋଦାବରୀ ବସନ୍ତିଆ(ସି ଆର ସି ସି) ,ଆଲୋକ ରଂଜନ ମଲ୍ଲିକ, ଜଗନ୍ନାଥ ଗୌଡ ସମେତ ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଶ୍ରୀମତୀ ଚିନ୍ମୟୀ ସାହୁ ସହଯୋଗ କରିଥିଲେ।ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଭାକର ସାହୁ ଧନ୍ଦାମୂଳକ ଶିକ୍ଷା ରେ ଶିଳ୍ପାନୁଷ୍ଠାନ ପରିଭ୍ରମଣ ର ଯଥେଷ୍ଟ ଆବଶ୍ୟକତା ରହିଛି ବୋଲି ମତ ରଖିଥିଲା ବେଳେ ଧନ୍ଦାମୂଳକ ଶିକ୍ଷା ର ଭାରପ୍ରାପ୍ତ ଅଧିକାରିଣୀ ଶ୍ରୀମତୀ ପ୍ରଜ୍ଞ। ପାରମିତା ସାହୁ ଶିକ୍ଷା କ୍ଷେତ୍ରରେ ଧନ୍ଦାମୂଳକ ଶିକ୍ଷା ର ଉପାଦେୟତା ସହ ଛାତ୍ର ଛାତ୍ରୀ ଭବିଷ୍ୟତ ରେ ରୋଜଗାରକ୍ଷମ ହୋଇପାରିବେ ବୋଲି ମତ ପ୍ରକାଶ କରିଛନ୍ତି । ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ରଶ୍ମିରଞ୍ଜନ ମିଶ୍ର ଛାତ୍ର ଛାତ୍ରୀଙ୍କ ଶିଳ୍ପ ପରିଭ୍ରମଣ ସାମ୍ଭବ୍ୟ କ୍ୟାରିଅର ପଥ ଅନୁସନ୍ଧାନ ପାଇଁ ଏକ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରେ ଓ ନିର୍ଦ୍ଧିଷ୍ଟ ଲକ୍ଷ୍ୟରେ ପହଞ୍ଚିବା ପାଇଁ ଆବଶ୍ୟକ କୌଶଳ ଏବଂ ଯୋଗ୍ୟତା ବିଷୟରେ ଜାଣିପାରିବେ ବୋଲି ଯୁକ୍ତି ରଖିଛନ୍ତି ।ଶିକ୍ଷାର୍ଥୀ ଙ୍କ ଶିଳ୍ପାନୁଷ୍ଠାନ ପରିଭ୍ରମଣ ଏହି ଶିକ୍ଷା ରେ ବିଶେଷ ଲାଭପ୍ରଦ ହେବ ବୋଲି ଶିକ୍ଷୟିତ୍ରୀ ,ଶିକ୍ଷକ ଏବଂ ଅଭିଭାବକ ମାନେ ମତ ପ୍ରକାଶ କରିଛନ୍ତି।ରାଜ୍ୟସରକାରଙ୍କ ଦ୍ଵାରା ସମଗ୍ରଶିକ୍ଷା ଯୋଜନାରେ ଏହି ସବୁ କାର୍ଯ୍ୟକ୍ରମ ଆଗାମୀ ଦିନ ପାଇଁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଜୀବନଧାରଣ ତଥା ସ୍ୱ ରୋଜଗାର ପାଇଁ ପଥ ପ୍ରଦର୍ଶକ ହେବ ବୋଲି ବୁଦ୍ଧିଜୀବୀଙ୍କ ମତ ।
Related posts
-
ଶରଣକୁଳରେ ୟେଚୁରୀଙ୍କୁ ଶ୍ରଦ୍ଧାଞ୍ଜଳି
ଶରଣକୁଳ, (ନୟାଗଡ଼ ଦର୍ପଣ): ଶିଖରପୁର କମ୍ୟୁନିଷ୍ଟ ହଲ୍ ଠାରେ ସି.ପି.ଆଇ.ଏମ୍ ଶରଣକୁଳ ଲୋକାଲ କମିଟି ‘ଆନୁକୂଲ୍ୟରେ ପାର୍ଟିର ସର୍ବଭାରତୀୟ ସାଧାରଣ ସମ୍ପାଦକ... -
ନାରାୟଣ ଉଚ୍ଚ ବିଦ୍ୟାଳୟରେ କୌଶଳ ରଥ ପରିକ୍ରମା
ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ଵ ଯୁବ ଦକ୍ଷତା ଦିବସ ଅବସରରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ ବୈଷୟିକ ଶିକ୍ଷା... -
ନୟାଗଡ଼ ଚିନିକଳ ପୁନଃରୁଦ୍ଧାର ନିମନ୍ତେ ବୈଠକ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଅନ୍ତର୍ଗତ ପାଣିପୋଇଲାସ୍ଥିତ ନୟାଗଡ଼ ଚିନିକଳକୁ ପୁନଃରୁଦ୍ଧାର କରିବା ନିମନ୍ତେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,ଭା.ପ୍ର.ସେ.ଙ୍କ ଅଧ୍ୟକ୍ଷତାରେ...