ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ମୁଖ୍ଯ ଚିକିତ୍ସାଳୟ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ଜାତୀୟ ଡାକ୍ତର ଦିବସ ପାଳନ ହୋଇଯାଇଛି। ସକାଳ ୦୯ଟା ସମୟରେ ରୋଟାରୀ କ୍ଳବ୍ ସଭାପତି ରୋଟାରିଆନ୍ ଶ୍ରୀକାନ୍ତ କୁମାର ଖଟେଇଙ୍କ ଆବାହକତ୍ଵରେ ସମସ୍ତ ସଦସ୍ଯମାନେ ମୁଖ୍ଯ ଚିକିତ୍ସାଳୟ ପରିସରରେ ପହଞ୍ଚି ସମସ୍ତ ଡାକ୍ତରମାନଙ୍କୁ ଗୋଲାପ ଫୁଲ ଗୋଟିଏ ଗୋଟିଏ ଦେଇ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ କ୍ଳବ୍ ସଂପାଦକ ରୋଟାରିଆନ୍ ଅବିନାଶ ସାହୁ, ରୋଟାରିଆନ୍ ଆରିଫ୍ ଖାନ୍, ଶ୍ରୀଧର ସାହୁ, ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଜି ରଶ୍ମିରାଜ, ସନ୍ତୋଷ କୁମାର ନାୟକ, ବାସୁଦେବ ସାହୁପ୍ରସନ୍ନ କୁମାର ବସନ୍ତିଆ, ଲକ୍ଷ୍ମୀ ନାରାୟଣ ରଥ ଓ ମଦନମୋହନ ମହାପାତ୍ର ଯୋଗଦେଇ ଥିଲେ।
Related posts
-
ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ... -
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର... -
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ...