ଭାରୀଯାନ ଉପରେ ଲାଗିଲା ରୋକ, ସକାଳ ୭ରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଚଳାଚଳ ନିଷିଦ୍ଧ

ନୟାଗଡ଼,(ନୟାଗଡ଼ ଦର୍ପଣ): ମୋଟର ଯାନ ଆଇନ ୧୯୮୮ (୫୯), ରୁଲ ୧୯୯୩(୧୭୩) ଅନୁସାରେ ସଡ଼କ ଦୁର୍ଘଟଣାକୁ ପ୍ରତିହତ କରିବା ପାଇଁ ସମଗ୍ର ନୟାଗଡ଼ ଜିଲ୍ଲାରେ ମାଲ ପରିବହନ କରୁଥିବା ଭାରୀଯାନ ଯଥା- ଟିପର, ଟ୍ରକ୍ ଦ୍ୱାରା ବାଲି, ମୋରମ, ଗୁଣ୍ଡ ପଥର(ଚିପସ୍‌), ଖଣ୍ଡ ପଥର, ଇଟା ଇତ୍ୟାଦିର ପରିବହନ ସକାଳ ୭ଘଟିକା ଠାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜିଲ୍ଲାପାଳ-ତଥା-ଜିଲ୍ଲା ମାଜଷ୍ଟ୍ରେଟ୍ ଶ୍ରୀମତୀ ସ୍ୱଧା ଦେବ ସିଂଙ୍କ ଦ୍ୱାରା ନିଷିଦ୍ଧ କରାଯାଇଛି । ଏହି ନିଷିଦ୍ଧାଦେଶକୁ ଦିବା ୧ଘଟିକା ଠାରୁ ୩ଘଟିକା ପର୍ଯ୍ୟନ୍ତ କୋହଳ କରାଯାଇଛି । ଏହି ଆଦେଶ ଚଳିତ ମାସ ତା.୦୫.୦୭.୨୦୨୪ରିଖ ଠାରୁ ତା.୦୪.୦୮.୨୦୨୪ପର୍ଯ୍ୟନ୍ତ ବଳବତ୍ତର ରହିବ । ଜନସାଧାରଣଙ୍କ ଧନ ଜୀବନର ସୁରକ୍ଷା ଦୃଷ୍ଟିରୁ ଏଥିରେ ସହଯୋଗ କରିବା ପାଇଁ ଜିଲ୍ଲାର ସମସ୍ତ ଟ୍ରକ୍ ମାଲିକ ସଂଘ ଓ ଟ୍ରକ ମାଲିକମାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ପରାମର୍ଶ ଦିଆଯାଇଛି।

Related posts