ଦଶପଲ୍ଲା, (ନୟାଗଡ଼ ଦର୍ପଣ): ବନମହୋତ୍ସବ ସପ୍ତାହ ଉପଲକ୍ଷେ ଆଦିବାସୀ ମଙ୍ଗଳ ବିଭାଗ ପରିଚାଳିତ ଦଶପଲ୍ଲା ବ୍ଳକ୍ ର ବୁଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାଣିଗୋଛା ବନ୍ୟପ୍ରାଣୀ ବନାଞ୍ଚଳ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ତେବାସୀ ଛାତ୍ରୀମାନେ ପ୍ରତ୍ୟେକ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରି ଥିଲେ ଓ ତାହାର ଯତ୍ନ ନେବାପାଇଁ ନିଷ୍ପତ୍ତି ମଧ୍ୟ ନେଇଥିଲେ । ଏହି କାର୍ଯ୍ୟକ୍ରମ ରେ ବନାଂଚଳ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆରସିଂହ ଯୋଗ ଦେଇଥିବା ବେଳେ, ବନପାଳ ଦୀପ୍ତିରଂଜନ ଆଚାର୍ଯ୍ୟ, ପ୍ରଧାନ ଶିକ୍ଷୟିତ୍ରୀ ନମିତା ସ୍ବାଇଁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଶତାଧିକ ବୃକ୍ଷ ରୋପଣ ହୋଇଥିଲା । ପ୍ରକାଶ ଥାଉକି ବନାଞ୍ଚଳ ଅଧିକାରିଣୀଙ୍କ ନିର୍ଦ୍ଦେଶ କ୍ରମେଃ ବୁଗୁଡା ସେକ୍ସନ ବନପାଳ ଦୀପ୍ତିରଂଜନ ଆଚାର୍ଯ୍ୟଙ୍କ ତତ୍ବାବଧାନରେ ବାଣିଗୋଛା ପଶ୍ଚିମ ବନାଞ୍ଚଳର ବିଭିନ୍ନ ଆଦିବାସୀ ଗ୍ରାମରେ ଜଂଗଲ ସୁରକ୍ଷା, ଅଗ୍ନି ନିର୍ବାପଣ, ବୃକ୍ଷରୋପଣ, ବନ୍ୟପ୍ରାଣୀ ସୁରକ୍ଷା ଭଳି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସଚେତନତା ସୃଷ୍ଟିକରି ବନାଂଚଳ ଅଧିକାରିଣୀ ବେଶ୍ ଚର୍ଚ୍ଚାରେ ରହିଛନ୍ତି।
Related posts
-
ଦଶପଲ୍ଲାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା
ସେମି ଫାଇନାଲକୁ ଗଲେ ୬ପ୍ରତିଯୋଗୀ ଦଶପଲ୍ଲା,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା... -
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଆସନ୍ତା ୨୨ ତାରିଖ... -
ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
December 14, 2024 Jajati Comments Off on ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲାନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ...