ଜ୍ଞାନ ପ୍ରକାଶ ଦ୍ୱାରା ପ୍ରଦତ୍ତ “ଶିକ୍ଷା ସମ୍ମାନ”ରେ ସମ୍ମାନିତ ହେଲେ ଆଦର୍ଶ ଶିକ୍ଷକ ବାଲାରସେନ ପାତ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ): ମାଧ୍ୟମିକ ସ୍କୁଲ ସ୍ତରରେ ଶିକ୍ଷା ପ୍ରଦାନ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ ଓ ଗୁଣାତ୍ମକ କରିବା ଉପରେ ପ୍ରବୀଣ ଶିକ୍ଷକ ବାଲାରସେନ୍ ପାତ୍ରଙ୍କୁ ମିଳିଛି ‘ଶିକ୍ଷା ସମ୍ମାନ’। ‘ଜ୍ଞାନ ପ୍ରକାଶ’ର ୮ମ ଇଣ୍ଟରଡିସପ୍ଲେନାରୀ ଜାତୀୟ ସମ୍ମିଳନୀ ତଥା ବାର୍ଷିକ ଉତ୍ସବ ଭୁବନେଶ୍ୱର ସ୍ଥିତ ଜୟଦେବ ଭଵନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ NCERT ନିର୍ଦ୍ଦେଶକ, ଯୁଗ୍ମ ନିର୍ଦ୍ଦେଶକ ଏଲିମେଂଟାରୀ, NIFAର ଅଧ୍ୟକ୍ଷ, ‘ଜ୍ଞାନ ପ୍ରକାଶ’ର ପ୍ରତିଷ୍ଠାତା, ସମ୍ପାଦକ ଏବଂ ଓଡିଶା ମୁଖ୍ୟ ପ୍ରମୁଖ ଯୋଗ ଦେଇଥିଲେ।

ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଳକ ଘୋଳାହାଣ୍ଡି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଭାବେ ଶିକ୍ଷାଦାନ କରୁଥିବା ଶ୍ରୀଯୁକ୍ତ ବାଲାରସେନ୍ ପାତ୍ରଙ୍କୁ ‘ଜ୍ଞାନ ପ୍ରକାଶ’ର ୮ମ ଇଣ୍ଟରଡିସପ୍ଲେନାରୀ ଜାତୀୟ ସମ୍ମିଳନୀ ତଥା ବାର୍ଷିକ ଉତ୍ସବରେ ‘ଶିକ୍ଷା ସମ୍ମାନ’ରେ ସମ୍ମାନିତ କରାଯାଇଛି । ଶ୍ରୀଯୁକ୍ତ ପାତ୍ର ବର୍ତ୍ତମାନ ୪ର୍ଥ ଶ୍ରେଣୀରେ ପଢ଼ାଯାଉଥିବା ଇଂଗ୍ରାଜୀ ପୁସ୍ତକର ଅନ୍ୟତମ ସମୀକ୍ଷକ ଅଟନ୍ତି। ଏମିତି ଦେଖିଲେ ସେ ଇଂଗ୍ରାଜୀରେ ପ୍ରଶିକ୍ଷକ ଭାବେ ରାଜ୍ୟ ଓ ଜିଲ୍ଲାସ୍ତରରେ କାର୍ଯ୍ୟକରି ଯଥେଷ୍ଟ ସୁନାମ ଅର୍ଜନ କରିଛନ୍ତି। ଶ୍ରୀଯୁକ୍ତ ପାତ୍ର ମାଲାଲୟମ୍ ଭାଷାରେ ମଧ୍ୟ ରିଫ୍ରେସର ଅଟନ୍ତି। ଶିକ୍ଷାଦାନ କ୍ଷେତ୍ରରେ ପାରଦର୍ଶିତା ପ୍ରଦର୍ଶନ କରୁଥିବା ପରିପ୍ରେକ୍ଷୀରେ ଜାତୀୟ ସ୍ତରରେ ଆୟୋଜିତ ଅନେକ ସେମିନାରରେ ସେ ଯୋଗଦେବା ପାଇଁ ମନୋନୀତ ହୋଇଛନ୍ତି । ଅନ୍ୟପକ୍ଷରେ ଶ୍ରୀଯୁକ୍ତ ପାତ୍ର ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ‘ଶ୍ରେଷ୍ଠ ଶିକ୍ଷକ ସମ୍ମାନ’ ସହିତ ୨୫ହଜାର ଟଙ୍କା ଅର୍ଥରାଶି, ପରିବେଶବିତ୍ ଭାବେ ‘ପ୍ରକୃତି ମିତ୍ର’, ରୋଟାରୀ କ୍ଳବ ପକ୍ଷରୁ ‘ନେସନ ବିଲଡ଼ର ଆୱାର୍ଡ଼’ ସମ୍ମାନରେ ସମ୍ମାନିତ ହୋଇଛନ୍ତି।

Related posts