ଶ୍ରୀଗୁଣ୍ଡିଚା ଭଜନ ସମାରୋହର ୧୦ମ ସନ୍ଧ୍ୟା, ଗୀତିକାର ଶରତ ପାତ୍ରଙ୍କୁ ସଙ୍ଗୀତଧାରା ସମ୍ମାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଶ୍ରୀଗୁଣ୍ଡିଚା ଭଜନ ସମାରୋହର ଦଶମ ସନ୍ଧ୍ୟାରେ ସଂଗୀତାନୁଷ୍ଠାନ ସଙ୍ଗୀତଧାରା,ନୟାଗଡ଼ ପକ୍ଷରୁ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ, ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,ଗୁରୁ ପ୍ରଭାତ କୁମାର ଦାଶ, ଗୁରୁ ରଜନୀକାନ୍ତ ମହାପାତ୍ର, ଡ.ଆଶୁତୋଷ ମିଶ୍ର,ପ୍ରଦୀପ୍ତ କୁମାର ରଥ, ବିଜୟାନନ୍ଦ ମହାପାତ୍ର, କାଳିଦାସ ମହାପାତ୍ର,ଭୂମିକା ମହାପାତ୍ର, ମାଧବ ଡାକୁଆ,ସୁଚିସ୍ମିତା ଦୋରା, ଓମ ପ୍ରକାଶ ପାତ୍ର,ଗୋପୀନାଥ ସେଠି ପ୍ରମୁଖ ଭଜନ ପରିବେଷଣ କରିଥିଲେ। ଏହି ଅବସରରେ ନୟାଗଡ଼ ଜିଲ୍ଲାର ପ୍ରତିଷ୍ଠିତ ଭକ୍ତି ସଙ୍ଗୀତ ଗୀତିକାର ଶରତ ପାତ୍ରଙ୍କୁ ସଙ୍ଗୀତଧାରା ସମ୍ମାନ-୨୦୨୪ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଗୋପୀନାଥ ସେଠି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ, ସଭାପତି ଡ. ବିଜୟ କୁମାର ଚୌଧୁରୀ, ସମ୍ପାଦକ ପ୍ରଶାନ୍ତ କୁମାର ଦାଶ, ସଂଯୋଜକ ଲକ୍ଷ୍ମୀଧର ସାହୁ, ପ୍ରଦୀପ କୁମାର ସାହୁ, ପ୍ରଶାନ୍ତ କୁମାର ପଟ୍ଟନାୟକ, ଲକ୍ଷ୍ମୀଧର ମହାପାତ୍ର, ପ୍ରଦୀପ୍ତ କୁମାର ଡାକୁଆ, ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ ପ୍ରମୁଖ ସହଯୋଗ କରିଥିଲେ।

Related posts