ବାଲୁଗାଁରେ ସେବା ଉତ୍ସବ, ମନମୋହିଲା ଓଡିଶୀ ନୃତ୍ୟ

ନୟାଗଡ଼,(ନୟାଗଡ଼ ଦର୍ପଣ):- ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ଦୀର୍ଘ ୧୦ଦିନ ଧରି ଅନୁଷ୍ଠିତ ହେଉଥିବା ଜିଲ୍ଲାବ୍ୟାପି ସେବା ଉତ୍ସବ -୨୦୨୪ ଆଜି ବାଲୁଗାଁ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଲୁଗାଁ ଅଂଚଳର ବିଭିନ୍ନ ସ୍ଥାନରେ ଗରିବ ଓ ଅସହାୟଲୋକଙ୍କୁ ବସ୍ତ୍ର ଓ ଚପଲ ବଣ୍ଟନ କରିଯାଇଥିଲା। ଏହାପରେ ବାଲୁଗାଁ ଛକରେ ଏକ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟ ସଂସ୍କୃତି ବିଭାଗ ଦ୍ୱାରା ପ୍ରେରିତ ବିଭିର୍ଣ୍ଣ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପରେ ପରେ କଲେଜ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନୟାଗଡ଼ ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ବାଲ୍ୟ ବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବାଲୁଗାଁର ଯୁବ ସମାଜସେବୀ ଅଜୟ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟ ସମ୍ମାନିତ ଅତିଥି ମାନଙ୍କ ମଧ୍ୟରେ ସମାଜସେବୀ ସୁବାସ ଚନ୍ଦ୍ର ସ୍ୱାଇଁ, ବୃନ୍ଦାବନ ନାୟକ, ଯୁବ ବ୍ୟବସାୟୀ ଚନ୍ଦନ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ। ଆଜିର କାର୍ଯ୍ୟକ୍ରମକୁ ସେବା ସମିତି ସଦସ୍ୟ ସଞ୍ଜୟ ନାୟକ, କରଣ ବଡ଼ଟିଆ, ଗୁଲସନ କୁମାର ଦାଶ, ସୁଭାଶିଶ ନାୟକ, ଆଶୁତୋଷ ସେଠି ପ୍ରମୁଖ ପରିଚାଳନା କରିଥିଲେ ହୋଇଥିଲେ।

ଏହି ଉତ୍ସବ ମାଧ୍ୟମରେ ସାରା ନୟାଗଡ଼ରେ ସେବା ଓ ଦାନର ଏକ ନିଆରା ପରମ୍ପରା ସୃଷ୍ଟି କରି ଏକ ସୁସ୍ଥ ସମାଜ ଗଠନ ପାଇଁ ଯୁବପିଢ଼ିଙ୍କୁ ଆହ୍ୱାନ ଦିଆଯାଉଥିବା ନେଇ ଅତିଥି ମାନେ ମତ ରଖିଥିଲେ। ଶେଷରେ ପ୍ରାୟ ସହେ ଅଭାବୀ ଲୋକଙ୍କୁ ଚପଲ ବଣ୍ଟନ କରାଯାଇଥିଲା।

Related posts