କାର ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ଗାଡି ଚାଳକ ଓ ଯାତ୍ରୀ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ଥାନା ୫୭ନଂ ଜାତୀୟ ରାଜପଥ ସୋରଡ଼ା ନିକଟରେ ବିଳମ୍ବିତ ରାତିରେ ଏକ କାର ନଂ OD 15 S 0874 ଭୁବନେଶ୍ୱରରୁ ବୀର ମହାରାଜପୁର ଅଭିମୁଖେ ଯାଉଥିବା ବେଳେ ଗାଡି ଚାଳକ ଭାରସାମ୍ୟ ହରାଇ ସୋରଡ଼ା ନିକଟରେ ଏକ ଗଛରେ ପିଟି ଦେଇଥିଲା। ଗାଡ଼ିରେ ବେଲୁନ ବାହାରିବା ଫଳରେ ଅଳ୍ପକେ ବର୍ତ୍ତି ଯାଇଥିଲେ ଗାଡି ଚାଳକ ଓ ଯାତ୍ରୀ । ଘଟଣା ସ୍ଥଳରେ ନୂଆଗାଁ ପୁଲିସ ପହଞ୍ଚି ଗାଡିକୁ ଜବତ କରି ନୂଆଗାଁ ଥାନାକୁ ଆଣିବା ସହ କେସ ନଂ ୧୪୪/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରାଯାଇଥିବା ନୂଆଗାଁ ଥାନା ଅଧିକାରୀ ଶରତ ଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି।

Related posts