ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ଭାଷା ଏବଂ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର,ଭୁବନେଶ୍ୱର ଏବଂ ଅଜିମ ପ୍ରେମଜି ବିଶ୍ୱବିଦ୍ୟାଳୟ, ବାଙ୍ଗାଲୋର ର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଅନୁଷ୍ଠିତ ୫ ଦିନିଆ ଶିକ୍ଷକ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲାରୁ ଦୁଇ ଜଣ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ସ୍ତରରେ ଇଂରାଜୀ ଭାଷା ଶିକ୍ଷାର ଦକ୍ଷତା ବୃଦ୍ଧି ଉଦ୍ଦେଶ୍ୟରେ ଶିକ୍ଷକ ମାନଙ୍କୁ ଏହି ପ୍ରଶିକ୍ଷଣ ଦିଆଯାଉଛି। ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ନାରାୟଣୀ ହାଇସ୍କୁଲର ଶିକ୍ଷୟିତ୍ରୀ ପ୍ରଣତି ମହାପାତ୍ର ଏବଂ ନୂଆଗାଁ ବ୍ଲକ ଅନ୍ତର୍ଗତ ଖଣ୍ଡୁଗାଁ ସରକାରୀ ହାଇସ୍କୁଲ ଶିକ୍ଷୟିତ୍ରୀ ପ୍ରଭାତୀ ମିଶ୍ର ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦାନ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ଅଜିମ ପ୍ରେମଜି ବିଶ୍ୱବିଦ୍ୟାଳୟର ପ୍ରଫେସର ମିସ ଆଲେକ୍ସ ଜେନି ଏବଂ ପ୍ରଫେସର ପାର୍ଥ ସାରଥି ମିଶ୍ର ପ୍ରଶିକ୍ଷଣ ପ୍ରଦାନ କରିଥିଲେ।
Related posts
-
ରୋଟାରୀ କ୍ଳବରେ ପାଳିତ ହେଲା ୭୬ ତମ ସାଧାରଣ ତନ୍ତ୍ର ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଳବରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। କ୍ଳବର ସଭାପତି ଶ୍ରୀକାନ୍ତ କୁମାର ଖଟେଇ ପତାକା... -
ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ... -
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
January 26, 2025 Jajati Comments Off on ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର...