ରାଜ୍ୟସ୍ତରୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ଦୁଇ ଶିକ୍ଷୟିତ୍ରୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ଭାଷା ଏବଂ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର,ଭୁବନେଶ୍ୱର ଏବଂ ଅଜିମ ପ୍ରେମଜି ବିଶ୍ୱବିଦ୍ୟାଳୟ, ବାଙ୍ଗାଲୋର ର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଅନୁଷ୍ଠିତ ୫ ଦିନିଆ ଶିକ୍ଷକ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲାରୁ ଦୁଇ ଜଣ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ସ୍ତରରେ ଇଂରାଜୀ ଭାଷା ଶିକ୍ଷାର ଦକ୍ଷତା ବୃଦ୍ଧି ଉଦ୍ଦେଶ୍ୟରେ ଶିକ୍ଷକ ମାନଙ୍କୁ ଏହି ପ୍ରଶିକ୍ଷଣ ଦିଆଯାଉଛି। ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ନାରାୟଣୀ ହାଇସ୍କୁଲର ଶିକ୍ଷୟିତ୍ରୀ ପ୍ରଣତି ମହାପାତ୍ର ଏବଂ ନୂଆଗାଁ ବ୍ଲକ ଅନ୍ତର୍ଗତ ଖଣ୍ଡୁଗାଁ ସରକାରୀ ହାଇସ୍କୁଲ ଶିକ୍ଷୟିତ୍ରୀ ପ୍ରଭାତୀ ମିଶ୍ର ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦାନ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ଅଜିମ ପ୍ରେମଜି ବିଶ୍ୱବିଦ୍ୟାଳୟର ପ୍ରଫେସର ମିସ ଆଲେକ୍ସ ଜେନି ଏବଂ ପ୍ରଫେସର ପାର୍ଥ ସାରଥି ମିଶ୍ର ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

Related posts