ନିଫା ପକ୍ଷରୁ ରକ୍ତଦାତାମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ସ୍ୱେଚ୍ଛାସେବୀ ସଂଗଠନ ନିଫା ଏବଂ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ମାଛିପଡ଼ାର ମିଳିତ ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏଥିରେ ରକ୍ତଦାନ କରିଥିବା ରକ୍ତଦାତା ମାନଙ୍କୁ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରାଯାଇଥିଲା। ସରସ୍ବତୀ ଶିଶୁ ମନ୍ଦିର ପରିସରରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଏବଂ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ସାହୁ ଯୋଗଦାନ କରିଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ନୟାଗଡ଼ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଭକ୍ତବଲ୍ଲବ ବଟକୃଷ୍ଣ ମିଶ୍ର, ପ୍ରଧାନ ଶିକ୍ଷୟିତ୍ରୀ ରିତାରଣୀ ମିଶ୍ର, ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଜିଲ୍ଲା ପ୍ରମୁଖ ଶ୍ରୀଧର ସାହୁ ପ୍ରମୁଖ ଉପସ୍ଥିତ ରହି ରକ୍ତଦାନ ସମ୍ପର୍କରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ଫଟୋ ଚିତ୍ରରେ ଧୂପ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଅବସରପ୍ରାପ୍ତ ଶିକ୍ଷାବିତ ରବୀନ୍ଦ୍ର କୁମାର ମହାପାତ୍ର ସଭାରେ ପୌରୋହିତ୍ୟ କରିଥିବା ବେଳେ ମାଛିପଡ଼ା ସରସ୍ୱତୀ ଶିଶୁ ମନ୍ଦିରର ପ୍ରତିଷ୍ଠାତା ପରିଚାଳକ ମନୋରଞ୍ଜନ ସାହୁ ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ୨୦ଜଣ ରକ୍ତଦାତାଙ୍କୁ ଉପଢୌକନ ଏବଂ ମାନପତ୍ର ଦେଇ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ।

Related posts