ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଶିକ୍ଷାବିକାଶ ସମିତି ଓଡିଶାଙ୍କ ଜିଲ୍ଲା ପ୍ରମୁଖ ହରେକୃଷ୍ଣ ମୁଦୁଲି ମା ସାରଦାଙ୍କ ନିକଟରେ ଦୀପ ପ୍ରଜ୍ବଳନ କରି ଜଗତ କଲ୍ୟାଣ କାମନା କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ମୁଦୁଲି ଭାରତର ସ୍ୱାଧୀନତା ନିମନ୍ତେ ସଂଗ୍ରାମୀ ମାନଙ୍କର ତ୍ୟାଗ ଓ ଆତ୍ମୋତ୍ସର୍ଗ ସମସ୍ତଙ୍କୁ ଦେଶଭକ୍ତିରେ ଉଦବୁଦ୍ଧ ହେବାପାଇଁ ପ୍ରେରଣା ଯୋଗାଇବ ବୋଲି ବକ୍ତବ୍ୟ ରଖିଥିଲେ । ଦେଶମାତୃକାର ଅଖଣ୍ଡତାକୁ ବଜାୟ ରଖିବା, ସେମାନଙ୍କ ପଦାଙ୍କ ଅନୁସରଣ କରି ଦେଶ ସୁରକ୍ଷା ଦିଗରେ ନିଜକୁ ନିୟୋଜିତ କରିବା ପାଇଁ କହିଥିଲେ।ବିଦ୍ୟାଳୟ ରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ବିଜେତାଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ପ୍ରାୟ ୭୦୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ। ଉପସଭାପତି ଶ୍ରୀ ଶାନ୍ତନୁ କୁମାର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ସମ୍ପାଦକ, ପ୍ରଧାନାଚାର୍ଯ୍ୟଙ୍କ ତତ୍ୱାବଧାନ ରେ ଓ ଗୁରୁଜୀଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସାଫଲ୍ୟ ମଣ୍ଡିତ ହୋଇଥିଲା।

