ନୟାଗଡ଼,(ନୟାଗଡ଼ ଦର୍ପଣ): ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର୍ ପିସ୍ ଆଣ୍ଡ ଡେଭଲପମେଣ୍ଟ ” ଇଟାମାଟି, ଏବଂ ମାସିକ ହାସ୍ୟ ବ୍ୟଙ୍ଗ ପତ୍ରିକା “ବ୍ୟଙ୍ଗ କଲମ” ନୟାଗଡ଼ଙ୍କ ଆନୁକୂଲ୍ୟରେ ଜିଲ୍ଲା ବ୍ୟାପୀ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଉଦଯାପନ ଦିବସରେ ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ପଣ୍ଡୁସର ଓ ବିରୁଡା ଗ୍ରାମ ପଞ୍ଚାୟତରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଏହି ଦୁଇ ପଞ୍ଚାୟତର ସୁନାଲଟି, ବାଘେରା , ମର୍ଦ୍ଦରାଜପୁର, ବରକୋଳି ପାଟଣା, ପାଣ୍ଡେରୀ ପାଟଣା, ବିରୁଡ଼ା ଗ୍ରାମରେ ପ୍ରତି ଘରକୁ ଘର ଯାଇ ଆମ୍ବ,ପଣସ, ଅଁଳା, ଡାଳିମ୍ବ, ଅଶୋକ, ଜାମୁ, ବାଉଁଶ, ବେଲ ଓ ଗଙ୍ଗଶିଉଳି ଭଳି ଏକ ହଜାରରୁ ଉର୍ଦ୍ଧ ଔଷଧୀୟ ଚାରା ବଣ୍ଟନ କରାଯାଇଅଛି । ଏହି ମହତ୍ ଜନହିତକର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଉଦ୍ୟାନ କୃଷି ଅଧକାରୀ ଲଳିତ କୁମାର ପଣ୍ଡା ଯୋଗଦେଇ ସୁନାଲଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିବା ସହ ଗଛର ଉପକାରିତା ଉପରେ ଛାତ୍ର ଛାତ୍ରୀମାନଙ୍କୁ ଅବଗତ କରିଥିଲେ।
‘ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର୍ ପିସ୍ ଆଣ୍ଡ ଡେଭଲପମେଣ୍ଟ’ ଇଟାମାଟି ପକ୍ଷରୁ ବୃକ୍ଷ ରୋପଣ
