ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟର ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁନିତା ମିଶ୍ର ଦୀପ ପ୍ରଜ୍ବଳନ କରିଥିଲେ। ବରିଷ୍ଠ ଆଚାର୍ଯ୍ୟା ଶ୍ରୀମତୀ ପ୍ରମୋଦିନୀ ମିଶ୍ର ଶ୍ରାବଣ ପୁର୍ଣିମା ତଥା ରକ୍ଷାବନ୍ଧନ ପର୍ବର ମହତ୍ୱ, ଗାୟତ୍ରୀ, ବଳଦେବଙ୍କ ଜନ୍ମ, ବିଶ୍ୱ ସଂସ୍କୃତ ଦିବସ, ଗହ୍ମାଡିଆଁ ଆଦି ପର୍ବ ବିଷୟରେ ଶିଶୁମାନଙ୍କୁ ବିଭିନ୍ନ ଉଦାହରଣ ମାଧ୍ୟମରେ ବକ୍ତବ୍ୟ ରଖିଥିଲେ। ଏହି ରକ୍ଷା ବନ୍ଧନ ଉତ୍ସବରେ ବିଦ୍ୟାଳୟର ପ୍ରାୟ ୨୦୦ରୁ ଉର୍ଦ୍ବ ଶିଶୁ ଉପସ୍ଥିତ ଥିଲେ। ଶେଷରେ ସେମାନଙ୍କ ମଧ୍ୟରେ ମିଷ୍ଠlନ୍ନ ବଣ୍ଟାଯାଇ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା।
Related posts
-
ଖବର କାଗଜ ବିତରକ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଜି ଅପରାହ୍ନରେ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହର ସ୍ଥିତ... -
ନୟାଗଡ଼ ଜିଲ୍ଲା ମହୋତ୍ସବକୁ ନେଇ ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାସ ତା.୨୪ ରୁ ୨୮ ତାରିଖ ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା, କୃଷି-ଯନ୍ତ୍ରପାତି... -
“ସ୍ମାଇଲ ନୟାଗଡ଼” ପକ୍ଷରୁ ଉଲ୍ଲାସ ଉତ୍ସବ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ଉଲ୍ଲାସ ଉତ୍ସବ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି...