ଗଛକୁ ରାକ୍ଷୀ ବାନ୍ଧି ପାଳିତ ହେଲା ରକ୍ଷାବନ୍ଧନ ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର ରକ୍ଷାବନ୍ଧନ ଉତ୍ସବକୁ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି ନୟାଗଡ଼ର ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ ‘ମା ଫାଉଣ୍ଡେସନ’ର ସଦସ୍ୟ। ରକ୍ଷା ବନ୍ଧନ ପର୍ବ ହେଉଛି ପ୍ରେମ, ସ୍ନେହ, ସଂପର୍କର ପ୍ରତୀକ। ରକ୍ଷା କରିବାର ସଂକଳ୍ପର ଦିନ ମଧ୍ୟ ଏହି ପର୍ବ। ସାଂପ୍ରତିକ ସମୟରେ ପରିବେଶର ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଥିବା ବେଳେ ବୃକ୍ଷ ରୋପଣ ସହ ଏହାର ଯତ୍ନ ନେବା ଆମ ମାନଙ୍କର ପ୍ରମୁଖ କର୍ତ୍ତବ୍ୟ ଅଟେ। ଏହାକୁ ଦୃଷ୍ଟିରେ ରଖି ସଚେତନତା ସୃଷ୍ଟି କରିବା ଉପଲକ୍ଷେ ମା’ ଫାଉଣ୍ଡେସନ ସଂପାଦକ ରଂଜନ ରଶ୍ମୀ ଜେନା ଓ ସହ ସମ୍ପାଦକ ବିଜୟାନନ୍ଦ ମହାପାତ୍ରଙ୍କ ସଂଯୋଜନାରେ ସ୍ଥାନୀୟ ନାରାୟଣ ପାର୍କ ପରିସରରେ ଏହି ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି।

ନିଆରା ଭାବେ ପାଳିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଉପଦେଷ୍ଟା ଦାମ ସାର, ଡ଼. ଆଶୁତୋଷା ମିଶ୍ର, ଡ଼. ବାନାମ୍ବର ପୃଷ୍ଟି, ଅଧ୍ୟାପିକା ନୀଳିମା ନନ୍ଦ, ଦେବେନ୍ଦ୍ର ପରମ ଗୁରୁ, କବି ପ୍ରଭାତ ମିଶ୍ର, ଜ୍ଞାନ ପ୍ରକାଶ ବାରିକ, ପ୍ରତାପ ଷଡ଼ଙ୍ଗୀ, ଲଷ୍ମୀକାନ୍ତ ରଥ, ସତ୍ୟ ସୁନ୍ଦର ଦାସ, ରବି ଖୁଣ୍ଟିଆ, ସାମ୍ବାଦିକ ଗୋକୁଳ ଷଡ଼ଙ୍ଗୀ, ବସନ୍ତ କୁମାର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ସଦସ୍ୟଙ୍କ ଦ୍ୱାରା ବୃକ୍ଷରୋପଣ କରାଯିବା ସହ ସମସ୍ତଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।

Related posts