ବିଶିଷ୍ଟ ସମାଜସେବୀ ତଥା ରୋଟାରିଆନ ଆରିଫ ଖାଁଙ୍କ ପରଲୋକ

ନୟାଗଡ଼, (ନୟାଗଡ଼ ଦର୍ପଣ): ବରିଷ୍ଠ ରୋଟାରିଆନ ଆରିଫ ଖାଁଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା। ଗତ ଦୁଇ ଦିନ ଧରି ସାମାନ୍ୟ ଜ୍ବରରେ ଆକ୍ରାନ୍ତ ଥିଲେ। ତେବେ ଆଜି ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଖୋର୍ଦ୍ଧା ନିକଟରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ହୃଦଘାତ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି।ସୂଚନା ଯୋଗ୍ୟ ଯେ, ଗତ ବର୍ଷ ସେ ନୟାଗଡ଼ ରୋଟାରୀ କ୍ଲବର ସଭାପତି ଥିଲେ। ଗତ ଦୁଇଦିନ ତଳେ ସେ ନୟାଗଡ଼ କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ନୟାଗଡ଼ର ଜଣେ ବିଶିଷ୍ଟ ସମାଜସେବୀ ଭାବେ ସେ ବେଶ ଜଣାଶୁଣା ଥିଲେ। ସେ ନୟାଗଡ଼ର ବିଭିନ୍ନ ଅନୁଷ୍ଠାନ ସହିତ ଜଡ଼ିତ ଥିବାବେଳେ ନୟାଗଡ଼ କୃଷ୍ଣଚନ୍ଦ୍ର କ୍ଲବର ଜଣେ ବରିଷ୍ଠ ସଦସ୍ୟ ଥିଲେ। ତାଙ୍କର ଏହି ଅକାଳ ମୃତ୍ୟୁରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ରୋଟାରୀ କ୍ଳବ ସଭାପତି ଶ୍ରୀକାନ୍ତ ଖଟେଇ, ସମ୍ପାଦକ ଅବିନାଶ ସାହୁ, ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।

Related posts