ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଆଜି ନୟାଗଡ଼ ପ୍ରଶାସନ ପକ୍ଷରୁ ଉକ୍ତ ଦିବସକୁ ପାଳନ କରାଯାଇଛି। ଅଗଷ୍ଟ ୨୬ ରୁ ୩୧ ପର୍ଯ୍ୟନ୍ତ ଏହା ସାରା ଦେଶରେ ପାଳନ କରାଯାଇଛି । ହକି କିମ୍ବଦନ୍ତି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ ଅବସରରେ ଏଭଳି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଏଥି ସହିତ ଧ୍ୟାନଚାନ୍ଦଙ୍କ ଫଟୋରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇ ତାଙ୍କ ସ୍ମୃତି ଚାରଣ କରାଯାଇଥିଲା । ଏହି ଅବସରରେ ଆଜି ନୟାଗଡ଼ ଷ୍ଟାଡିୟମ ଠାରୁ ଏକ ଶୋଭାଯାତ୍ରା ବାହାରି ନୟାଗଡ଼ କଲେଜ ରୋଡ଼ ନାରାୟଣୀ ମନ୍ଦିର ପର୍ଯ୍ୟନ୍ତ ଆସିଥିଲା । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପତାକା ଦେଖାଇ ଏହାର ଉଦଘାଟନ କରିଥିଲେ। ଷ୍ଟାଡିୟମ ଠାରେ ଏକ ଫୁଟବଲ ମ୍ଯାଚର ଆୟୋଜନ କରାଯାଇଥିଲା।

ଏହି ଅବସରରେ ଜିଲ୍ଲାପାଳ ବହୁମୁଖୀ ଇନଡୋର ଷ୍ଟାଡିୟମ ପରିଦର୍ଶନ କରିବା ସହ ଅଧିକାରୀମାନଙ୍କ ସହ ବିଭିନ୍ନ ବିଭାଗର କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଏଠାରେ କାର୍ଯ୍ୟରତ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ସହ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଇନଡୋର ଷ୍ଟାଡିୟମ ଦାୟିତ୍ଵରେ ଥିବା ବ୍ୟାଡମିଣ୍ଟନ କୋଚ କାହ୍ନୁଚରଣ ମିଶ୍ର, ଜିମର ଘନଶ୍ୟାମ ବେହେରା ଏବଂ ୱେଟ ଲିଫ୍ଟର ରଶ୍ମୀତା ମହାରଣା ପ୍ରମୁଖ ଉପସ୍ଥିତ ରହି ଜିଲ୍ଲାପାଳଙ୍କୁ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ସୁଚନା ପ୍ରଦାନ କରିଥିଲେ।

Related posts