ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗର ବରିଷ୍ଠ ତଥା ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ରଥ ଆଜି ତାଙ୍କ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ପ୍ରଥମେ ନୟାଗଡ଼ ଏନଏସିରେ କର୍ମମୟ ଜୀବନ ଆରମ୍ଭ କରି ପରବର୍ତ୍ତୀ ସମୟରେ ଏନଏସି ହାଇସ୍କୁଲ, ନୟାଗଡ଼ରେ କିରାଣୀ ଚାକିରୀରେ ଯୋଗ ଦେଇଥିଲେ। ଏଠାରେ ଦୀର୍ଘ ୩୦ ବର୍ଷ ଧରି କାର୍ଯ୍ୟ ସମ୍ପାଦନ କରି ଗତ ଫେବ୍ରୁଆରୀ ମାସରେ ପଦୋନ୍ନତି ପାଇ ଜିଲ୍ଲା ଶିକ୍ଷା ବିଭାଗରେ ବରିଷ୍ଠ କିରାଣୀ ଭାବେ ଯୋଗଦାନ କରିଥିଲେ। ଶ୍ରୀଯୁକ୍ତ ରଥ ଆଜି ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିବା ବେଳେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ତାଙ୍କୁ ଉପଢୌକନ ଏବଂ ପୁଷ୍ପଗୁଚ୍ଛ ଦିଆଯାଇ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିରେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଦୀପ୍ତିମୟୀ ପ୍ରିୟଦର୍ଶିନୀଙ୍କ ସମେତ ଶିକ୍ଷା ବିଭାଗର ସମସ୍ତ କର୍ମଚାରୀ ସାମିଲ ହୋଇ ଶ୍ରୀଯୁକ୍ତ ରଥ ଜଣେ ସଚ୍ଚୋଟ, କର୍ତ୍ତବ୍ୟନିଷ୍ଠ, ପରୋପକାରୀ ତଥା ଅମାୟିକ ସ୍ୱଭାବର ବ୍ୟକ୍ତି ଥିଲେ ବୋଲି ମତବ୍ୟକ୍ତ କରିଥିଲେ।
Related posts
-
ରୋଟାରୀ କ୍ଳବ୍ ର ନୂଆ ଆମ୍ବୁଲାନ୍ସ ସେବା ଉଦଘାଟିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ସମାଜ ସେବାରେ ସମର୍ପିତ ହେଲା ଆଉ ଏକ ନୂତନ ରୋଟାରୀ... -
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୮ରେ ରଣପୁର ବ୍ଲକ ଅଡିସନ
ରଣପୁର,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୮ ତାରିଖ... -
ନୟାଗଡ଼ ମୁନିସିପାଲିଟି ଦ୍ୱାରା ଆୟୋଜିତ ପିଏମ ସ୍ଵନିଧି ଯୋଜନାର କର୍ମଶାଳା ଉଦଯାପିତ
December 2, 2024 Jajati Comments Off on ନୟାଗଡ଼ ମୁନିସିପାଲିଟି ଦ୍ୱାରା ଆୟୋଜିତ ପିଏମ ସ୍ଵନିଧି ଯୋଜନାର କର୍ମଶାଳା ଉଦଯାପିତନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ରହିଥିବା ଉଠା ଦୋକାନୀଙ୍କ ଆର୍ଥିକ ଅଭିବୃଦ୍ଧି ନିମନ୍ତେ ୫ଦିନ ବ୍ୟାପି ଚାଲିଥିବା କର୍ମଶାଳା ସୋମବାର...