ନୟାଗଡ଼ ଜିଲ୍ଲାରେ ବୁଲିଲା କୌଶଳ ରଥ

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆଜିଠାରୁ ଆରମ୍ଭ ହୋଇଛି କୌଶଳ ରଥ ପରିକ୍ରମା ।  ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ କୌଶଳ ରଥର ଶୁଭାରମ୍ଭ କରାଯାଇଛି । ଏହା ଜିଲ୍ଲାର ସମସ୍ତ ଆଠଟି ବ୍ଲକ ଏବଂ ପୌରାଞ୍ଚଳରେ ପରିକ୍ରମା କରିବ।  ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ କୌଶଳ ରଥର ଶୁଭାରମ୍ଭ କରିଛନ୍ତି । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ରୋଜିନା ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଓ ସୂଚନା ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ ।  ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ପହଞ୍ଚି ଛାତ୍ରଛାତ୍ରୀ ମାନଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଜ୍ଞାନ ସମ୍ପର୍କରେ ସଚେତନତା
କରିବ । ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଏନଏସି ହାଇସ୍କୁଲ, ବ୍ରଜେନ୍ଦ୍ର ହାଇସ୍କୁଲ ଓ ଆଇଟିଆଇର ଛାତ୍ରଛାତ୍ରୀ ମାନଙ୍କ ସମେତ ଶିକ୍ଷକ ଶିକ୍ଷୟତ୍ରୀମାନେ ଯୋଗଦାନ କରିଥିଲେ ।

Related posts