ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିର ପରିସରରେ ଗୁରୁଦିବସ ପାଳନ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଉଚ୍ଚବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭଗବାନ ସାହୁ ମା’ସାରଦାଙ୍କ ନିକଟରେ ଦୀପ ପ୍ରଜ୍ବଳନ କରିଥିଲେ। ବିଦ୍ୟାଳୟ ର ପ୍ରଧାନାଚାର୍ଯ୍ୟ ଶ୍ରୀ ଅମ୍ବିକା ପ୍ରସାଦ ପଟ୍ଟନାୟକ ମୁଖ୍ୟ ଅତିଥିଙ୍କ ପରିଚୟ ରଖିଥିଲେ। ମୁଖ୍ୟ ଅତିଥି ଗୁରୁଦିବସ ର ମହତ୍ତ୍ୱ, ସମାଜରେ ଗୁରୁଙ୍କ ଭୂମିକା ସମ୍ପର୍କ ରେ ଧାରଣା ଦେଇଥିଲେ। ଶିଶୁର ଶିକ୍ଷାଗ୍ରହଣ ଆରମ୍ଭ ହୁଏ ଶୂନ ରୁ ଆଠ ବର୍ଷ ମଧ୍ୟରେ। ଏହିସମୟ ରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ। ଛାତ୍ରଛାତ୍ରୀମାନେ ମଧ୍ୟ ଗୁରୁଦିବସ ର ମହତ୍ୱ ଓ ଏହିଦିବସ ପାଳନ ର ଆବଶ୍ୟକତା ସମ୍ପର୍କ ରେ କହିଥିଲେ। ପରିଚାଳନା ସମିତିର ସଦସ୍ୟା ଶ୍ରୀମତୀ ଜ୍ୟୋସ୍ନାମୟୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟ ର ସମ୍ପାଦକ ଶ୍ରୀ ଭାସ୍କର ଚନ୍ଦ୍ର ସାହୁ ଓ ପ୍ରଧାନାଚାର୍ଯ୍ୟ ଙ୍କ ତତ୍ୱାବଧାନ ରେ ଓ ସମସ୍ତ ଗୁରୁଜୀଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା।
Related posts
-
ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା ତରଫରୁ ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,... -
ଶ୍ରୀରାମକୃଷ୍ଣ – ବିବେକାନନ୍ଦ ଆଶ୍ରମ ନୟାଗଡ଼ ତରଫରୁ ମୂଲ୍ଯବୋଧ ଭିତ୍ତିକ ଶିକ୍ଷା କାର୍ଯ୍ୟକ୍ରମ
ନୟାଗଡ଼,(ନୟାଗଡ଼ ଦର୍ପଣ) : ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସଭାକକ୍ଷରେ ଶ୍ରୀରାମକୃଷ୍ଣ ବିବେକାନନ୍ଦ ଆଶ୍ରମ ନୟାଗଡ଼ ତରଫରୁ ଏକ... -
ରେଳ ଷ୍ଟେସନ ସଫେଇ ସହିତ ସଚେତନତାର ବାର୍ତ୍ତା ବାଣ୍ଟିଲା ନାଗରିକ ମଞ୍ଚ
ନୟାଗଡ଼,(ନୟାଗଡ଼ ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟରେ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ...