ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଗୁରୁଦିବସ ମହାସମାରୋହରେ ପାଳନ ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଓ ପଣ୍ଡିତ ଭଗବାନ ଆଚାର୍ଯ୍ୟ ଯୋଗଦେଇ ଉପସ୍ଥିତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀ ମାନଙ୍କୁ ଗୁରୁପୂଜାର ତାପ୍ତର୍ଯ୍ଯ ବିଷୟରେ ବର୍ଣ୍ଣନା କରିବା ସହିତ ଶିଷ୍ଯମାନଙ୍କ ସଫଳତା ଗୁରୁ ମାନଙ୍କ ପରିଚୟ ବୋଲି କହିଥିଲେ। ସ୍ବାମୀ ବିବେକାନନ୍ଦଙ୍କ ପାଇଁ ଠାକୁର ରାମକୃଷ୍ଣ ପରମହଂସ ବିଶ୍ବବିଦିତ। ଏହା ସହିତ ସଂସ୍କୃତ ଶ୍ଳୋକ ମାଧ୍ୟମରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଆଶୀର୍ବାଦ କରି ସେମାନଙ୍କର ଉଜ୍ଜ୍ବଳ ଭବିଷ୍ଯତ କାମନା କରିଥିଲେ। ସର୍ବପ୍ରଥମେ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ପ୍ରତିଛବିରେ ଧୂପ ପୁଷ୍ପ ଅର୍ପଣ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ସମସ୍ତ ଛାତ୍ରଛାତ୍ରୀ ମାନେ ଗୋଟିଏ ଗୋଟିଏ ଥାଳିରେ ଧୂପ ଦୀପ ଅକ୍ଷତ ପୁଷ୍ପ ଧରି ଗୁରୁଜୀ ଗୁରୁମା ମାନଙ୍କୁ ଗୁରୁବନ୍ଦନା ସଂଗୀତର ତାଳେ ତାଳେ ବନ୍ଦାପନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ।

Related posts