ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରକାରୀ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଜୋନାଲ ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲ୍ଲା ଶିକ୍ଷାଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଜିଲ୍ଲା ବିଜ୍ଞାନ ପରିଦର୍ଶକ ଶରତ ଚନ୍ଦ୍ର ସାହୁ ଏହାକୁ ପରିଚାଳନା କରିଥିବା ବେଳେ ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ, ବରିଷ୍ଠ ଶିକ୍ଷକ ବଟକିଶୋର ମହାପାତ୍ର କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ। କନ୍ଧମାଳ,ଗଞ୍ଜାମ, ଗଜପତି, ବଲାଙ୍ଗୀର, ବୌଦ, ନୟାଗଡ଼ ଜିଲ୍ଲାର ଛାତ୍ର ଛାତ୍ରୀ ମାନେ ଏହି ବିଜ୍ଞାନ ଡ୍ରାମାରେ ଯୋଗ ଦେଇଥିବା ବେଳେ ବିଚାରକ ଭାବେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ନାଟ୍ୟକାର ପ୍ରଧାନୀ ବୃନ୍ଦାବନ ମହାପାତ୍ର ପ୍ରମୁଖ ବିଚାରକ ଭାବେ ଯୋଗ ଦେଇଥିଲେ। ଏଥିରେ ଗଞ୍ଜାମ ଜିଲ୍ଲା ପ୍ରଥମ, ନୟାଗଡ ଜିଲ୍ଲା ଦ୍ଵିତୀୟ, ବଲାଙ୍ଗୀର ଜିଲ୍ଲା ତୃତୀୟ ସ୍ଥାନ ଅଧିକାର କରିଥିବା ଜଣାପଡିଛି।
Related posts
-
ଗାନ୍ଧୀ ଦର୍ଶନ ଏବଂ ବିଚାର ପ୍ରାସଙ୍ଗିକତା ସମ୍ପର୍କିତ ଆଲୋଚନାଚକ୍ର, ତ୍ରିରଙ୍ଗା ଯାତ୍ରା
ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ପୁଣ୍ୟ ଜନ୍ମତିଥିରେ ଗାନ୍ଧୀ ବିଚାର ପ୍ରଚାର ପ୍ରଚାର ମଞ୍ଚ ଆନୁକୂଲ୍ୟରେ... -
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଗାନ୍ଧୀଜୀଙ୍କ ୧୫୫ତମ ଓ ଶାସ୍ତ୍ରୀଜୀଙ୍କ ୧୨୦... -
ବିଭିନ୍ନ ଶିଳ୍ପ ପରିଦର୍ଶନ କଲେ ସ୍ଵୟଂଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ତରଫରୁ ଶିଳ୍ପ ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି ପରିଦର୍ଶନରେ...