ନୂଆଗାଁରେ ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା ସମ୍ପନ୍ନ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦମହକୁମାରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଯୋଗଦେଇ ପ୍ରତିଯୋଗିତା ହେବାର ମୁଖ୍ୟ ଉଦ୍ଦେଶ୍ୟ  ହେଉଛି ପିଲାମାନଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି କରିବା, ଗୁଣାତ୍ମକ ଶିକ୍ଷାର ବିକାଶ କରିବା ବୋଲି କହିଥିଲେ। ତତ୍ ସହିତ ପ୍ରତ୍ୟକ କ୍ଷେତ୍ରରେ ବିକାଶ ପାଇଁ ଆଗ୍ରହର ଆବଶ୍ୟକତା ଅଛି ବୋଲି ପ୍ରତିଯୋଗିତାରେ  ଅଂଶ ଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ କହିଥିଲେ। ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାସ, ଜ୍ୟୋତ୍ସ୍ନାରାଣୀ ସେଠୀ, ନୂଆଗାଁ ହାଇସ୍କୁଲର ପ୍ରଧାନ ଶିକ୍ଷକ ଭୀମସେନ ଦାସ, ସିଆରସିସି ବିଭୂତି ଭୂଷଣ ମିଶ୍ର ପ୍ରମୁଖ ଯୋଗଦେଇ ଏହି କାର୍ଯ୍ୟକ୍ରମ ଦ୍ବାରା କିପରି ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ହୋଇଥାଏ ସେ ଉପରେ କହିଥିଲେ।

ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ସ୍ତରରେ ୨୩୦ଜଣ ଛାତ୍ରଛାତ୍ରୀ କୁଇଜ୍ ପ୍ରତିଯୋଗିତା ପାଇଁ ନାମ ପଞ୍ଜୀକୃତ କରିଥିଲେ।କୁଇଜ୍ ପ୍ରତିଯୋଗିତାରେ ସବ୍ ଜୁନିଅର ବର୍ଗରେ ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ ଛାତ୍ର ସାହିଲ କୁମାର ପରିଡ଼ା ପ୍ରଥମ, ପୋଖରା ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ର ଆଶ୍ରିବାଦ୍ ସାହୁ ଦ୍ଵିତୀୟ, ହରିପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀ ରୁଦ୍ରାଣୀ ବେହେରା ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ଜୁନିଅର ବର୍ଗରେ ଗାତେରୀ ହଜାରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ଲକ୍ଷ୍ମୀପ୍ରିୟା ଚୌଧୁରୀ ପ୍ରଥମ, ନୂଆଗାଁ ଆଦର୍ଶ ବିଦ୍ୟାଳୟ ଅଷ୍ଟମ ଶ୍ରେଣୀ ଛାତ୍ର ଆୟୁଷ ପ୍ରସାଦ ବେହେରା ଦ୍ଵିତୀୟ, ବାହାଡ଼ାଝୋଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ତନ୍ମୟ କୁମାର ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସିନିଅର ବର୍ଗରେ ବାହାଡ଼ାଝୋଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଆରାଧ୍ୟ ସିଂ ସାମନ୍ତ ପ୍ରଥମ, ମହିପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରଶ୍ମିତା ସାହୁ ଦ୍ଵିତୀୟ, ଗାତେରୀ ସରକାରୀ ହଜାରି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ଲିପା ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ପୁରସ୍କୃତ କରିଥଲେ। ଏହି କାର୍ଯ୍ୟକ୍ରମକୁ ସିଆରସିସି କୈଳାଶ ନାୟକ ପରିଚାଳନା କରିଥିବା ବେଳେ ସମସ୍ତ ସିଆରସିସି, ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

Related posts