ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ବୈଷୟିକ ଶିକ୍ଷା ବିଭାଗ ଛାତ୍ରଛାତ୍ରୀ ମାନଙ୍କର ଶିଳ୍ପାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ବୁଧବାର ଦିନ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାର ବିଭିନ୍ନ ଶିଳ୍ପ କଳ କାରଖାନାକୁ ବ୍ୟବହାରିକ ଜ୍ଞାନ ଆହରଣ କରିବା ନିମନ୍ତେ ଛାତ୍ରଛାତ୍ରୀ ମାନେ ପରିଦର୍ଶନରେ ଯାଇଥାନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବିଦ୍ୟାଳୟର କମ୍ପ୍ୟୁଟର ଏବଂ ଇଲେକ୍ଟ୍ରୋନିକ୍ସ ବିଭାଗର ଛାତ୍ରମାନେ ନିକଟସ୍ଥ ବିଦ୍ୟୁତ ଶକ୍ତି ସରବରାହ କେନ୍ଦ୍ରକୁ ପରିଦର୍ଶନରେ ଯାଇଥିଲେ। ଏଠାରେ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରୁ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତକୁ କିପରି ଭାବରେ ଘରୋଇ ଏବଂ କଳକାରଖାନା ବ୍ୟବହାର ଉପଯୋଗୀ ବିଦ୍ୟୁତକୁ ପରିବର୍ତ୍ତନ କରାଯାଏ ସେ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଏବଂ ଅଧିକାରୀ ମାନେ ପିଲାମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇ ଥିଲେ। ବୈଷୟିକ ଶିକ୍ଷକ ମାନସ ରଞ୍ଜନ ସାହୁ ଏବଂ ସହକାରୀ ଶିକ୍ଷକ ଲକ୍ଷ୍ମୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ପରିଦର୍ଶନ କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ବୈଷୟିକ ଶିକ୍ଷାର୍ଥୀ ମାନେ ଅଂଶ ଗ୍ରହଣ କରିଥିଲେ।
Related posts
-
ନୟାଗଡ଼ ଜିଲ୍ଲା ମହୋତ୍ସବକୁ ନେଇ ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାସ ତା.୨୪ ରୁ ୨୮ ତାରିଖ ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା, କୃଷି-ଯନ୍ତ୍ରପାତି... -
“ସ୍ମାଇଲ ନୟାଗଡ଼” ପକ୍ଷରୁ ଉଲ୍ଲାସ ଉତ୍ସବ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ଉଲ୍ଲାସ ଉତ୍ସବ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି... -
ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ପାଳିତ
December 18, 2024 Jajati Comments Off on ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ପାଳିତନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଜେମାଦେଇପୁର ପାଟଣା ରାଜପାଟଣା ମିନି ଷ୍ଟାଡିୟମ ଠାରେ ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର...