ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ +୩ ଛାତ୍ରୀମାନଙ୍କୁ ନେଇ ବାଳିକା ଆତ୍ମରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଅଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିପିନ କୁମାର ପଟ୍ଟନାୟକ ଏହି ଶିବିରକୁ ଗତ ୧୦ ତାରିଖରେ ଉଦଘାଟନ କରିଥିଲେ। ମହାବିଦ୍ୟାଳୟର ପୁରାତନ ଛାତ୍ରୀ ତଥା ଟ୍ରେନର ଛାତ୍ରୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ଏହି ଶିବିର ଦୀର୍ଘ ୭ଦିନ ଧରି ଚାଲିଥିଲା । ସେପ୍ଟେମ୍ବର ୧୬ ତାରିଖରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଆତ୍ମରକ୍ଷା କୌଶଳର ସଂଯୋଜିକା ଅଧ୍ୟାପିକା ସସ୍ମିତା ନାୟକ, ସଭ୍ୟା ଅଧ୍ୟାପିକା ସ୍ମିତା ସ୍ବାଇଁ ଓ ଅଧ୍ୟାପିକା ନିବେଦିତା ସାହୁଙ୍କ ଉପସ୍ଥିତିରେ ଉଦ୍ଯାପନୀ ହୋଇଥିଲା । ଏହି ଶିବିରରେ ଛାତ୍ରୀମାନେ ସାମ୍ପ୍ରତିକ ପ୍ରତିକୁଳ ପରିସ୍ଥିତିରେ କିପରି ନିଜର ସୁରକ୍ଷା କରିପାରିବେ ସେଥିପାଇଁ ବିଭିନ୍ନ ଆତ୍ମରକ୍ଷା କୌଶଳ ଛାତ୍ରୀମାନଙ୍କୁ ଶିକ୍ଷା ଦିଆଯାଇଥିଲା।
Related posts
-
ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶା ବାଡ଼ି
ନୟାଗଡ଼, (ନୟାଗଡ଼ ଦର୍ପଣ): ବାଉଁଶିଆ ପଡା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର... -
ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ମୁକୁଳିତ ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଆଜି ନୀଳମାଧବ ହୋଟେଲ ଠାରେ ପୂର୍ବାହ୍ନ... -
ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”
January 18, 2025 Jajati Comments Off on ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର...